Posted inଜାତୀୟ

ଦିଲ୍ଲୀର ସବୁ ସ୍କୁଲରେ ପଢାଯାଉ ହନୁମାନ ଚାଳିଶା: କୈଳାସ ବିଜୟବର୍ଗୀୟ

ନୂଆଦିଲ୍ଲୀ, ୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ବହୁମତରେ ବିଜୟ ହାସଲ କରିଛି। ଦଳର ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଏସବୁ ଭିତରେ ଭାଜପା ରାଷ୍ଟୀୟ ମହାସଚିବ କୈଳାସ ବିଜୟବର୍ଗୀୟ କେଜ୍‌ରିଓ୍ବାଲଙ୍କୁ ଉପଦେଶ ଦେଇ କହିଛନ୍ତି, ବଜରଙ୍ଗବାଲୀ କୃପାରୁ ଦିଲ୍ଲୀରେ ବିଜୟ ହାସଲ କରିଛନ୍ତି କେଜ୍‌ରିଓ୍ବାଲ। ତେଣୁ ଦିଲ୍ଲୀର ସ୍କୁଲ, ମଦ୍ରାସା ସମେତ ସମସ୍ତ ଶୈକ୍ଷିକ ଅନୁଷ୍ଠାନରେ ପିଲାଙ୍କୁ ହନୁମାନ ଚାଳିଶା ପଢାଯାଉ। ସେ ଟୁଇଟ କରି କେଜ୍‌ରିଓ୍ବାଲଙ୍କୁ ବିଜୟର ଶୁଭେଚ୍ଛା ଜଣାଇ କହିଛନ୍ତି, ହନୁମାନଜୀଙ୍କ ଶରଣରେ ଆସିଲେ ନିଶ୍ଚିତ ଆଶୀର୍ବାଦ ମିଳେ। ତେଣୁ ଏବେ ସମୟ ଆସିଯାଇଛି ଦିଲ୍ଲୀର ସବୁ ସ୍କୁଲରେ ହନୁମାନ ଚାଳିଶା ପାଠ କରାଯାଉ। ବଜରଙ୍ଗବାଲୀଙ୍କ କୃପାରୁ ଦିଲ୍ଲୀର ପିଲାମାନେ କାହିଁକି ବଞ୍ଚିତ ହେବେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ଏକ ସାକ୍ଷାତକାରରେ କେଜ୍‌ରିଓ୍ବାଲ ହନୁମାନ ଚାଳିଶା ପାଠ କରିଥିଲେ। ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri