ଦିଲ୍ଲୀରୁ କେରଳ: ଦେଶର ୧୦ଟି ଅଞ୍ଚଳ ଘୋଷିତ ହୋଇପାରେ କରୋନା ସଂକ୍ରମଣ ହଟ୍‌ସ୍ପଟ୍‌ !

ନୂଆଦିଲ୍ଲୀ,୧।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦିଲ୍ଲୀରୁ ଆରମ୍ଭ କରି କେରଳ ମଧ୍ୟରେ ୧୦ଟି ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ଧାରା ଜାରି ରହିଲେ ହୁଏତ ଆଗାମୀ ଦିନରେ ସରକାର ଏସବୁ ଅଞ୍ଚଳକୁ ସଂକ୍ରମଣର ହଟ୍‌ସ୍ପଟ୍‌ ଭାବେ ଘୋଷଣା କରିବାର ଆଶଙ୍କା ଦେଖାଦେଇଛି। ସେସବୁ ସ୍ଥାନ ଗୁଡ଼ିକ ହେଉଛି ନିଜାମୁଦ୍ଦିନ୍‌, ଦିଲଶାହ ଗାର୍ଡେନ୍‌, ନୋଏଡ଼ା, ମିରଟ, ଭୀଲ୍‌ଓ୍ବାଡ଼ା, ଅହମଦାବାଦ୍‌, ମୁମ୍ବାଇ, ପୁଣେ, କାସରଗୋଡ୍‌ ଏବଂ ପଥାନାମଥିଟ୍ଟା। ନିଜାମୁଦ୍ଦିନ୍‌ରେ ତବଲିଗ୍‌ ଜମାତ୍‌ ଯୋଗୁ ସଂକ୍ରମଣରେ ବୃଦ୍ଧି ଘଟିଥିବାବେଳେ ଦିଲ୍ଲୀର ଦିଲ୍‌ଶାହ ଗାର୍ଡେନରେ ଜଣେ ମହିଳାଙ୍କଠାରୁ ସଂକ୍ରମଣ ବ୍ୟାପୀଥିବା କୁହାଯାଉଛି। ଉତ୍ତରପ୍ରଦେଶ ନୋଏଡ଼ାର ଗୌତମବୁଦ୍ଧ ନଗରରେ ବର୍ତ୍ତମାନ ସୁଦ୍ଧା ୩୮ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବିଦେଶରୁ ସ୍ବଦେଶ ଫେରିଥିବା ଅଧିକ ସଂକ୍ରମିତ ରହିଛନ୍ତି। ସେହିପରି ଉତ୍ତରପ୍ରଦେଶ ମିରଟରେ ୧୯ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। କୁହାଯାଉଛି ଏଠାରେ କେତେକ ଲୋକ ନିଜାମୁଦ୍ଦିନ୍‌ ତବଲିଗ୍‌ ଜମାତ୍‌ରୁ ଫେରିବା ପରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁଜରାଟର ଅହମଦାବାଦରେ ଇତିମଧ୍ୟରେ ୨୩ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ବିଦେଶର ସ୍ବଦେଶ ଫେରିଥିବା ୧୪ ଜଣ ଅଛନ୍ତି। ଏଠାରେ କରୋନା ସଂକ୍ରମଣ ଯୋଗୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ରାଜସ୍ଥାନ ଭୀଲଓ୍ବାଡ଼ାରେ ବର୍ତ୍ତମାନ ସୁଦ୍ଧା ୨୬ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଅପରପକ୍ଷରେ ମହାରାଷ୍ଟ୍ରର ପୁଣେରେ ୪୩ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଠାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮ ଥିବାବେଳେ ମୁମ୍ବାଇରେ ଏହା ୧୦୦ରେ ପହଞ୍ଚିଛି। କେରଳର କାସରଗୋଡ୍‌ରେ ୭୮ରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କେରଳର ପଥାନାମଥିଟ୍ଟାରେ ୨୮ରୁ ଅଧିକ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇଛି। ଏଠାରେ ୭ ହଜାର ଲୋକଙ୍କ ଉପରେ ସରକାର ନଜର ରଖିଛନ୍ତି। ସେହିପରି ୭,୪୬୭ ଲୋକଙ୍କୁ ଆଇସୋଲେଶନ୍‌ରେ ରଖାଯାଇଛି। ଇତିମଧ୍ୟରେ ଏଠାରେ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri