Posted inଜାତୀୟ

ଦିଲ୍ଲୀରେ ଅଟୋ ଡ୍ରାଇଭର-ପୋଲିସ ମୁହାଁମୁହିଁ: ନିରପେକ୍ଷ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ମୁଖାର୍ଜୀ ନଗର ଅଞ୍ଚଳରେ ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ କିଛି ପୋଲିସ କିଛି ବ୍ୟକ୍ତିଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ଏକ ଅଟୋ ପୋଲିସ ଗାଡ଼ି ସହ ଧକ୍କା ହୋଇଥିଲା। ହଠାତ୍‌ ଅଟୋ ଚାଳକ ମାରଣାସ୍ତ୍ର କାଢ଼ି ଜଣେ ପୋଲିସ କର୍ମୀଙ୍କ ମୁଣ୍ଡରେ ପ୍ରହାର କରିଥିଲେ। ଏହାପରେ ଘଟଣାସ୍ଥଳରେ ପରିସ୍ଥିତି ବେକାବୁ ହୋଇପଡ଼ିଥିଲା। ଫଳରେ ପୋଲିସ ଶକ୍ତ କାର୍ଯ୍ୟାନୁଷ୍ଠାନ ନେବା ସହ ଚାଳକଙ୍କୁ ବାଡ଼େଇବା ଦେଖି ଚାଳକଙ୍କ ପୁଅ ତାଙ୍କ ଉପରେ ଅଟୋ ଚଢ଼ାଇବାକୁ ଚେଷ୍ଟା କରିଥିଲେ। ଏହି ଘଟଣାରେ ଜଣେ ପୋଲିସ ଅଧିକାରୀ ଆହତ ହୋଇଛନ୍ତି। ଏହାପରେ ଚାଳକ ସରବଜୀତ ସିଂହଙ୍କୁ ପୋଲିସ ଗିରଫ କରି ତଦନ୍ତ ଜାରି ରଖିଛି। ତେବେ ସେଠାରେ ଉପସ୍ଥିତ ଥିବା ଲୋକ ଏହି ଘଟଣାର ଦୃଶ୍ୟକୁ ଭିଡିଓ ରେକର୍ଡିଂ କରି ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତି। ଅପରପକ୍ଷରେ ଏହି ଘଟଣାକୁ ନେଇ ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହି ମାମଲାର ନିରପେକ୍ଷ ଯାଞ୍ଚ କରାଯିବା ସହ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri