ଦିଲ୍ଲୀରେ ପିଆଜ କିଲୋ ୮୦ ଟଙ୍କା ଛୁଇଁଲା

ନୂଆଦିଲ୍ଲୀ,୨୩-୯: ଦେଶର ରାଜଧାନୀ ନୂଆଦିଲ୍ଲୀ ସହ ଅନ୍ୟ ପ୍ରାନ୍ତରେ ପିଆଜ ଦର କିଲୋ ପିଛା ୭୦ରୁ ୮୦ ଟଙ୍କା ଛୁଇଁଛି। ଏପରି ସ୍ଥିତିରେ କେନ୍ଦ୍ର ସରକାର ବ୍ୟବସାୟୀଙ୍କ ପିଆଜ ମହଜୁଦ କରିବାର ସୀମା ନିର୍ଦ୍ଧାରଣ କରିବାକୁ ବିଚାର କରୁଛନ୍ତି। ପିଆଜ ଉତ୍ପାଦନକାରୀ ରାଜ୍ୟରେ ବର୍ଷା ଯୋଗୁ ଉତ୍ପାଦନ ବାଧାପ୍ରାପ୍ତ ହେବାରୁ ଏଭଳି ସ୍ଥିତି ଉପୁଜିଛି। ଖାଉଟି ବ୍ୟାପାର ମନ୍ତ୍ରଣାଳୟ ତଥ୍ୟ ମୁତାବକ ଗତ ସପ୍ତାହରେ ନୂଆଦିଲ୍ଲୀରେ ପିଆଜର କିଲୋ ପ୍ରତି ଦର ୫୭ ଟଙ୍କା ରହିଥିଲା। ସେହିଭଳି ମୁମ୍ବାଇରେ ଏହାର ଦାମ ୫୬ ଟଙ୍କା ଥିବା ବେଳେ କଲିକତାରେ ୪୮ ଏବଂ ଚେନ୍ନାଇରେ ୩୪ ଟଙ୍କା ଥିଲା। ଅପରପକ୍ଷରେ ଗୁରୁଗ୍ରାମ ଏବଂ ଜମ୍ମୁରେ ପିଆଜ ଦର ୬୦ ଟଙ୍କା ଛୁଇଁଛି। ଗତ ସପ୍ତାହରେ ପିଆଜର ଖୁଚୁରା ବଜାର ଦର ୫୦ରୁ ୬୦ ଟଙ୍କା ଥିବା ବେଳେ ଏହା ୭୦ରୁ ୮୦ଟଙ୍କା ଛୁଇଁଛି।
ସୂତ୍ର ମୁତାବକ, ପିଆଜ ଦର ନିୟନ୍ତ୍ରଣ ଏବଂ ଯୋଗାଣକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ମାତ୍ର ପିଆଜ ଦର ହ୍ରାସ ହେବାର ନାଁ ଧରୁ ନାହିଁ। ଗତ ୨ରୁ ୩ ଦିନ ମଧ୍ୟରେ ପିଆଜ ଉତ୍ପାଦକ ରାଜ୍ୟଗୁଡିକରେ ପ୍ରବଳ ବର୍ଷା ଯୋଗୁ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଆଗାମୀ କିଛି ଦିନରେ ସ୍ଥିତି ନିୟନ୍ତ୍ରଣକୁ ନ ଆସିଲେ ସରକାର ପିଆଜ ମହଜୁଦ ଉପରେ ସୀମା ନିର୍ଦ୍ଧାରଣ କରିବେ। ପାଣିପାଗ ବିଭାଗ ସୂଚନା ମୁତାବକ ମହାରାଷ୍ଟ୍ର, କର୍ନାଟକ, ଆନ୍ଧ୍ର ପ୍ରଦେଶ, ଗୁଜରାଟ, ପୂର୍ବ ରାଜସ୍ଥାନ ଏବଂ ପଶ୍ଚିମ ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ବ୍ୟବସାୟୀଙ୍କ ସୂଚନା ମୁତାବକ ଏବେ ଭଣ୍ଡାରରେ ଥିବା ପିଆଜ ବିକ୍ରି ହେଉଛି। ଖରିଫ ଫସଲ ନଭେମ୍ବରରେ ବଜାରକୁ ଆସିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri