Posted inଜାତୀୟ

ଦିଲ୍ଲୀରେ ୧୧୯ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ଦିଲ୍ଲୀରେ ଶୀତ ଦୀର୍ଘ ୧୧୯ ବର୍ଷର ରେକର୍ଡ ଭାଙ୍ଗିଛି। ସୋମବାରକୁ ଡିସେମ୍ବରର ସର୍ବାଧିକ ଥଣ୍ଡାଦିନ ବିବେଚିତ କରାଯାଇଛି। ସୋମବାର ଦିଲ୍ଲୀର ସର୍ବାଧିକ ତାପମାତ୍ରା ଥିଲା ମାତ୍ର ୯.୪ ଡିଗ୍ରୀ ସେଲ୍‌ସିୟସ୍‌। ୧୯୦୧ ପରେ ଏହା ଡିସେମ୍ବରର ସବୁଠୁ ଥଣ୍ଡା ଦିନ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆୟାନଗରର ପାଣିପାଗ କେନ୍ଦ୍ରରେ ସର୍ବାଧିକ ତାପମାତ୍ରା ୭.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରିଜ୍‌ରେ ୮.୪ ଡିଗ୍ରୀ, ପାଲାମରେ ୯ ଡିଗ୍ରୀ ଓ ଲୋଡ଼ିରେ ୯.୨ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ତଳେ ରହିଛି। ଶନିବାର ସଫଦରଜଙ୍ଗ ଅବଜରଭେଟୋରିରେ ସର୍ବନିମ୍ନ ତାପମାତ୍ରା ୨.୪ ଡିଗ୍ରୀ ରେକର୍ଡ କରାଯାଇଥିଲା।
ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ପ୍ରବଳ ଶୀତ ଲହରି ସାଙ୍ଗକୁ ଘନକୁହୁଡ଼ି ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଜମ୍ମୁ-କଶ୍ମୀରର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ଶୂନ ଡିଗ୍ରୀ ତଳେ ରହିଛି। ଆଲିଗଡ଼ରେ ସର୍ବନିମ୍ନ ତାପମାତ୍ରା ୩.୬ ଡିଗ୍ରୀକୁ ଖସିଆସିଥିବାବେଳେ ପ୍ରବଳ ଥଣ୍ଡାରେ ୩୦ ଜଣଙ୍କ ମୃତ୍ୟୁ ହେଲାଣି। କାନପୁରରେ ସର୍ବାଧିକ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବାରାଣସୀ ଓ ମହୋବାରେ ୪ ଜଣ ଲେଖାଏ, ଶ୍ରାବସ୍ତି, ବଣ୍ଡା ଓ ମୈନପୁରୀରେ ୨ ଜଣ ଲେଖାଏ ଏବଂ ଲକ୍ଷ୍ନୌରେ ଜଣକର ମୃତ୍ୟୁ ହୋଇଛି। ପଞ୍ଜାବ, ହରିୟାଣା, ଉତ୍ତର ରାଜସ୍ଥାନ, ମଧ୍ୟପ୍ରଦେଶରେ ମଧ୍ୟ ଶୀତ ଲହରି ଜାରି ରହିଛି। କୁହୁଡ଼ି ଯୋଗୁ ଭଲ ଦୃଶ୍ୟ ହେଉ ନ ଥିବାରୁ ସୋମବାର ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିବାକୁ ଥିବା ୨୦ଟି ବିମାନକୁ ଅନ୍ୟ ବିମାନବନ୍ଦରକୁ ପଠାଯାଇଥିବାବେଳେ ୪ଟିର ଉଡାଣ ବାତିଲ କରିଦିଆଯାଇଛି। ମଧ୍ୟାହ୍ନ ୧୨ଟା ୫୨ ମିନିଟ ସୁଦ୍ଧା ପାଖାପାଖି ୫୩୦ ବିମାନ ଉଡ଼ାଣ ଓ ଅବତରଣରେ ବିଳମ୍ବ ହୋଇଥିବା ଏୟାରପୋର୍ଟ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri