ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ଆଲୁମନି ମିଟ୍‌:ଅନୁଭୂତି କହିଲେ ନିଯୁକ୍ତି ପାଇଥିବା ୫୭ ଯୁବତୀଯୁବକ

ଅନୁଗୋଳ ଅଫିସ, ୨୮।୧୨ କେନ୍ଦ୍ର ସରକାରଙ୍କ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାରେ ନିଜ ଦକ୍ଷତା ବୃଦ୍ଧି କରି ଆନ୍ଧ୍ରପ୍ରଦେଶ, ବାଙ୍ଗାଲୋର, ତାମିଲନାଡ଼ୁ ଓ ମହାରାଷ୍ଟ୍ରରେ ଚାକିରି କରିଥିବା ଅନୁଗୋଳ ଜିଲାର ଯୁବତୀଯୁବକମାନେ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଏକତ୍ରିତ ହୋଇ ସେମାନଙ୍କ ଅନୁଭୂତି ବଖାଣିଛନ୍ତି। ଏହି କାର୍ଯ୍ୟକ୍ରମରେ ଜିଲାପାଳ ମନୋଜ କୁମାର ମହାନ୍ତି ଯୋଗଦେଇ ଦକ୍ଷତା ଓ ଅଭିଜ୍ଞତା ଆଧାରରେ ଅଧିକ ରୋଜଗାରକ୍ଷମ ହେବା ସହିତ ନିଜ ମାଆ ଓ ବାପାଙ୍କ ସ୍ବପ୍ନ ସାକାର କରିବାକୁ ସମ୍ପୃକ୍ତ ଯୁବତୀଯୁବକଙ୍କୁ ପରାମର୍ଶ ଦେଇଥିଲେ। ସରକାର ଧନ୍ଦାମୂଳକ ତାଲିମ ଦେଇ ଦକ୍ଷତା ବୃଦ୍ଧି କରିବା ସହ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାରେ ନିଯୁକ୍ତି ଦେଉଛନ୍ତି। ଯେଉଁମାନେ ନିଜର ମନୋବଳ ଦୃଢ଼ କରି ଧୈର୍ଯ୍ୟର ସହିତ ତାଲିମ ନେଇଛନ୍ତି ସେମାନେ ନିଜ ଅଭିଜ୍ଞତା ବଳରେ ଭବିଷ୍ୟତରେ ରାଜ୍ୟ ତଥା ରାଜ୍ୟ ବାହାରେ ଚାକିରି ପାଇପାରିବେ ବୋଲି ଜିଲାପାଳ ପ୍ରକାଶ କରିଥିଲେ। ଏହି ଆଲୁମିନି ମିଟ୍‌ରେ ଜିଲାର ୫୭ ଜଣ ଯୁବତୀ ଯୁବକଙ୍କୁ ଜିଲାପାଳ ସେମାନଙ୍କ ତାଲିମ ଓ ଚାକିରି ସମୟର ସ୍ମୃତି ସମ୍ପର୍କରେ ପଚାରି ବୁଝିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଯୋଗଦେଇ ନିଜ ଅଞ୍ଚଳ ଓ ରାଜ୍ୟ ପାଇଁ ଗୌରବ ଆଣିବାକୁ ପରାମର୍ଶ ଦେଇଥିଲେ। ଓର୍‌ମାସ୍‌ର ଉପ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୌରଭମୟ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାକେଶ କୁମାର କୁଣ୍ଡୁ ଏବଂ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀଙ୍କ ସମେତ ବିଭିନ୍ନ ନିଯୁକ୍ତିଦାତା ସଂସ୍ଥାର କର୍ମକର୍ତ୍ତାମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

ଶ୍ୱଶୁରଘର ପିଣ୍ଡାରେ ଝୁଲୁଛି ଜ୍ୱାଇଁଙ୍କ ମୃତଦେହ, ସ୍ତ୍ରୀ-ଝିଅଙ୍କୁ ନେବାକୁ ଆସି…

ବାସୁଦେବପୁର,୮ା୫(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ସାବରଙ୍ଗ ପଞ୍ଚାୟତର ରାଉତ ସାହିରେ ଶ୍ୱଶୁର ଘର ପିଣ୍ଡାରେ ସନ୍ଦେହ ଜନକ ଅବସ୍ଥାରେ ଝୁଲୁଥିବାର ଦେଖିବାକୁ ମିଳିଛି। ସେ…

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା…

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ମୁହଁ ଖୋଲିଲେ ଯୁବତୀ, କହିଲେ ମୋତେ ଆଉ ମୋ’ ସାଙ୍ଗକୁ ସେ…

ବାଲିଅନ୍ତା,୮ା୫(ନୀଳମାଧବ ସାହୁ): ଖୋର୍ଦ୍ଧା ଜିଲା ବାଲିଅନ୍ତାରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଛନ୍ତି ଯୁବତୀ। ସେ କହିଛନ୍ତି, ମୋତେ ଓ ମୋ’ ସାଙ୍ଗକୁ ୨…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ମୋହନ ସରକାରଙ୍କ ବଡ଼ ଘୋଷଣା: ଜଗନ୍ନାଥଙ୍କ ନାଁରେ ହେବ…

ଭୁବନେଶ୍ୱର, ୮।୫(ସୁନିତ୍‌ ମିଶ୍ର):ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଏକ ସ୍ବତନ୍ତ୍ର ଟିଭି ଚ୍ୟାନେଲ କରାଯିବ। ଏନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri