Posted inଖେଳ

ଦୀପକ ଚହରଙ୍କ ହ୍ୟାଟ୍ରିକ

ନାଗପୁର, ୧୧।୧୧- ଲୋକେଶ ରାହୁଲ ଓ ଶ୍ରେୟାସ ଆୟାରଙ୍କ ଅର୍ଦ୍ଧଶତକ ପରେ ଦୀପକ ଚହରଙ୍କ ମ୍ୟାଜିକ୍‌ ସ୍ପେଲ୍‌ ଏବଂ ହ୍ୟାଟ୍ରିକ ସଫଳତା ବଳରେ ଭାରତ ରବିବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୩୦ ରନରେ ହରାଇ ଦେଇଛି। ଭାରତ ପକ୍ଷରୁ ଧାର୍ଯ୍ୟ ୧୭୫ ରନ ବିଜୟ ଲକ୍ଷ୍ୟର ପିଛା କରି ବାଂଲାଦେଶ ୧୯.୨ ଓଭରରେ ୧୪୪ ରନ କରି ଅଲଆଉଟ ହୋଇଯାଇଥିଲା। ଏଥିସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତିଛି ଟିମ୍‌ ଇଣ୍ଡିଆ। ମ୍ୟାଚରେ ଦୀପକ ମାତ୍ର ୭ ରନ ଦେଇ ୬ ଉଇକେଟ ନେଇଥିଲେ। ଯାହାକି ଅନ୍ତର୍ଜାତୀୟ ଟି୨୦ରେ ସର୍ବଶ୍ରେଷ୍ଠ ବୋଲିଂ ସଫଳତା। ପୂର୍ବରୁ ଶ୍ରୀଲଙ୍କାର ଅଜନ୍ଥା ମେଣ୍ଡିସ ୨୦୧୨ରେ ହାମ୍ବନତୋଟାଠାରେ ଜିମ୍ବାଓ୍ବେ ବିପକ୍ଷରେ ୮ ରନ ବିନିମୟରେ ୬ ଉଇକେଟ ନେଇ ରେକର୍ଡର ଅଧିକାରୀ ଥିଲେ। ଦୀପକ ଯେ କେବଳ ଶ୍ରେଷ୍ଠ ବୋଲିଂ କରିଥିଲେ ତା’ ନୁହେଁ ଭାରତର ପ୍ରଥମ ବୋଲର ଭାବେ ଟି୨୦ରେ ହ୍ୟାଟ୍ରିକ ମଧ୍ୟ ଅର୍ଜନ କରିଥିଲେ। ସେ ନିଜ ୩ୟ ଓଭରର ଶେଷ ବଲ୍‌ରେ ଶାଫିଉଲ ଇସଲାମଙ୍କୁ ଏବଂ ୪ର୍ଥ ଓଭରର ପ୍ରଥମ ବଲ୍‌ରେ ମୁସ୍ତାଫିଜୁର ରହମନ ଓ ଦ୍ୱିତୀୟ ବଲ୍‌ରେ ଅମିନୁଲ ଇସଲାମଙ୍କୁ ଆଉଟ କରି ହ୍ୟାଟ୍ରିକ ପୂରଣ କରିଥିଲେ। ମ୍ୟାଚ ଶେଷରେ ତାଙ୍କ ବୋଲିଂ ଫିଗର ୩.୨-୦-୭-୬ ରହିଥିଲା। ଏଥିପାଇଁ ତାଙ୍କୁ ମ୍ୟାନ ଅଫ ଦି ମ୍ୟାଚ ଓ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?