Posted inଖେଳ

ଦୀପକ ଚହରଙ୍କ ବୋଲିଂ ଦେଖି ଏମିତି କହିଲେ ତାଙ୍କ ଭଉଣୀ

ନୂଆଦିଲ୍ଲୀ,୧୩।୧୧: ନିର୍ଣ୍ଣାୟକ ଟି-୨୦ରେ ବାଂଲାଦେଶ ବ୍ୟାଟିଂ ଲାଇନଅପ୍‌ ଛିନଛତ୍ର କରି ଦେଇଥିବା ଟିମ ଇଣ୍ଡିଆର ଦ୍ରୁତ ବୋଲିର ଦୀପକ ଚହର ଏବେ ସମସ୍ତଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ଉକ୍ତ ମ୍ୟାଚ୍‌ରେ ଦୀପକ କେବଳ ଭଲ ବୋଲିଂ କରି ନ ଥିଲେ ବରଂ ହ୍ୟାଟ୍ରିକ ଉଇକେଟ ମଧ୍ୟ ଦଖଲ କରିଥିଲେ। ମାତ୍ର ୩.୨ ଓଭରରେ ସେ ୭ ରନ ଦେଇ ୬ ଜଣ ବ୍ୟାଟ୍ସ୍ୟାନଙ୍କୁ ପ୍ୟାଭିଲିୟନ ପଠାଇବା ସହ ଭାରତକୁ ୨-୧ରେ ସିରିଜ ଭେଟି ଦେଇଥିଲେ। ଏଥିସହ ସେ ଉଭୟ ମ୍ୟାନ ଅଫ ଦି ମ୍ୟାଚ ଓ ମ୍ୟାନ ଅଫ ଦି ସିରିଜ ପୁରସ୍କାର ମଧ୍ୟ ହାତେଇ ଥିଲେ। ଭାଇଙ୍କ ଏଭଳି ପ୍ରଦର୍ଶନ ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ତାଙ୍କ ଭଉଣୀ ମାଳତୀ ଚହର। ପେସସାରେ ଜଣେ ମଡେଲ ଥିବା ମାଳତୀ କହିଛନ୍ତି, ଦୀପକଙ୍କ ହ୍ୟାଟ୍ରିକ୍‌ ଦେଖି ମୋ ଲୋମ ଟାଙ୍କୁରି ଉଠିଥିଲା। ସୋସିଆଲ ମିଡିଆରେ ଭାଇଙ୍କ ପାଇଁ ଏକ ଖାସ୍‌ ମେସେଜ୍‌ ଲେଖିଛନ୍ତି। ହ୍ୟାଟ୍ରିକ୍‌ ଏବଂ ଟି-୨୦ରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପରେ ଭଉଣୀ ଭାବେ ମୁଁ ନିହାତି ଗର୍ବିତ ଆଶା କରୁଛି, ଆଗରୁ ସେ ଆହୁରି ଭଲ ପ୍ରଦର୍ଶନ କରନ୍ତୁ। ସୂଚନାଯୋଗ୍ୟ, ବାଂଲାଦେଶ ବିପକ୍ଷ ନିର୍ଣ୍ଣାୟକ ଟି-୨୦ରେ ପ୍ରଥମ ପୁରୁଷ ଭାରତୀୟ କ୍ରକେଟର ଭାବେ ଟି-୨୦ରେ ହ୍ୟାଟ୍ରିକ ଉଇକେଟ ନେଇଥିବା ଦୀପକ ଚହର ପୁଣି କମାଲ କରିଛନ୍ତି। ସେ ଦିନକ ବିରତି ପରେ ପୁଣିଥରେ ଟି-୨୦ କ୍ରିକେଟରେ ହ୍ୟାଟ୍ରିକ ଉଇକେଟ ଦଖଲ କରିଛନ୍ତି। ସେ ସୟିଦ ମୁସ୍ତାକ ଅଲୀ ଟ୍ରଫିରେ ଏହି କୀର୍ତ୍ତିମାନ ସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri