ଦୀପାବଳି ପୂର୍ବରୁ ଅନ୍ଧାର ଆଶଙ୍କା…

ନୂଆଦିଲ୍ଲୀ,୧୧।୧୦: ଆଲୋକର ପର୍ବ ଦୀପାବଳିର ପୂର୍ବରୁ ଦେଶରେ ଅନ୍ଧାର ଘୋଟିବାକୁ ଯାଉଛି। ଦେଶରେ ବିଦ୍ୟୁତ ସଙ୍କଟ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଭାରତର ୧୩୫ ତାପଜ ବିଦ୍ୟୁତ କେନ୍ଦ୍ର ରହିଛି। ଏଠାରେ କୋଇଲାରୁ ବିଦ୍ୟୁତ ଉତ୍ପାଦନ ହୁଏ, କିନ୍ତୁ ସେଥି ମଧ୍ୟରୁ ଅଧା କେନ୍ଦ୍ର ପାଖରେ ତିନି ଦିନରୁ କମ କୋଇଲା ଷ୍ଟକ ରହିଛି। ଭାରତର ପ୍ରାୟ ୭୦ ପ୍ରତିଶତ ବିଦ୍ୟୁତ୍‌ ଉତ୍ପାଦନ ତାପଜ କେନ୍ଦ୍ରରୁ ହୋଇଥାଏ। ଏକ୍ଷେତ୍ରରେ ଚାଇନା ପରେ ଭାରତ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ରହିଛି।

ଚାଇନାରେ ମଧ୍ୟ କୋଇଲା ସଙ୍କଟ ଦେଖାଦେଇଛି ଏବଂ ଏହାର ମୁକାବିଲା ପାଇଁ ଏବେ ବହୁ କାରଖାନା ଏବଂ ବିଦ୍ୟାଳୟଗୁଡ଼ିକ ବନ୍ଦ କରି ଦିଆଯାଇଛି। ଭାରତର ବିଦ୍ୟୁତ୍‌ ସଙ୍କଟ ସମ୍ପର୍କରେ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂ ସୂଚନା ପ୍ରଦାନ କରିଛନ୍ତି ଯେ ଦେଶରେ କୋଇଲା ସଙ୍କଟ ନାହିଁ କିମ୍ବା ରହିବାର ଆଶଙ୍କା ନାହିଁ। ସେ କହିଛନ୍ତି ଯେ, ପ୍ରତିଦିନ କୋଇଲା ଷ୍ଟକ ଉପରେ ନଜର ରଖାଯାଉଛି। ଦେଶର କୌଣସି ଅସୁବିଧା ହେବନାହିଁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କହିଛନ୍ତି।

ତେବେ କେତେକ ଗଣମାଧ୍ୟମ ରିପୋର୍ଟ ଅନୁସାରେ ୩ଟି ରାଜ୍ୟର ୨୦ରୁ ଅଧିକ ତାପଜ କେନ୍ଦ୍ର ବନ୍ଦ ରହିବାର ଆଶଙ୍କା ଦେଖା ଦେଇଛି। ଏଭଳି ସ୍ଥିତି ଜାରି ରହିଲେ ଅବସ୍ଥା ଅସମ୍ଭାଳ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri