ଦୀପାବଳିରୁ ଆନନ୍ଦ ବିହାର ସୁବିଧା ସ୍ପେଶାଲ ଟ୍ରେନ

ଭୁବନେଶ୍ୱର,୨୨ା୧୦(ବ୍ୟୁରେ): ପୂର୍ବତଟ ରେଳପଥ ପକ୍ଷରୁ ଆସନ୍ତା ରବିବାର ଦୀପାବଳିଠାରୁ ଆରମ୍ଭ ହେବାକୁ ଯାଉଛି ଭୁବନେଶ୍ୱର-ଆନନ୍ଦ ବିହାର ଟର୍ମିନାଲ ସୁବିଧା ସ୍ପେଶାଲ(୮୨୪୧୯-୮୨୪୨୦) ଏକ୍ସପ୍ରେସ। ପୂଜା ଋତୁ ଓ ନିଯୁକ୍ତି ପ୍ରକ୍ରିୟା ଚାଲୁଥିବାରୁ ଅନ୍ୟ ଟ୍ରେନଗୁଡ଼ିକରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ ଏହି ସ୍ପେଶାଲ ଟ୍ରେନ ନଭେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଚଳାଚଳ କରିବ। ଟ୍ରେନ୍‌ଟି ପ୍ରତି ରବିବାର ଭୁବନେଶ୍ୱରରୁ ରାତି ୧୧ଟା ୫୫ରେ ଛାଡି ଆନନ୍ଦ ବିହାରରେ ମଙ୍ଗଳବାର ସକାଳ ୭ଟାରେ ପହଞ୍ଚତ୍ବ। ସେହିଭଳି ଆନନ୍ଦ ବିହାରଠାରୁ ପ୍ରତି ମଙ୍ଗଳବାର ଅପରାହ୍ନ ୧୨ଟା ୫୫ରେ ଛାଡ଼ି ଭୁବନେଶ୍ୱରରେ ବୁଧବାର ଅପରାହ୍ନ ୫ଟା ୪୫ରେ ପହଞ୍ଚତ୍ବ। ଏହି ସ୍ପେଶାଲ ଟ୍ରେନ କଟକ, ଭଦ୍ରକ, ବାଲେଶ୍ୱର, ହିଜଲୀ, ବାଙ୍କୁରା, ଆଦ୍ରା, ଗୋମୋହ, କୋଦରମା, ଗୟା, ସାସାରାମ, ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ, ଆଲ୍ଲାହାବାଦ ଓ କାନପୁର ଷ୍ଟେଶନରେ ରହଣିର ବ୍ୟବସ୍ଥା କରାଯାଇଛି। ଏହି ଟ୍ରେନ ଯୋଗୁ ଦିଲ୍ଲୀ, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶାର ଯାତ୍ରୀମାନେ ଉପକୃତ ହେବେ।
ସୂଚନାଯୋଗ୍ୟ, ପୂର୍ବତଟ ରେଳପଥର ବାଣିଜ୍ୟ ବିଭାଗ ପାସେଞ୍ଜର ପ୍ରୋଫାଇଲ ମ୍ୟାନେଜମେଣ୍ଟ ଦ୍ୱାରା ନିୟମିତ ଟ୍ରେନଗୁଡ଼ିକର ଭିଡ଼ ପରିଚାଳନା କରାଯାଉଛି। ଭିଡ଼କୁ ନଜରରେ ରଖି ଟ୍ରେନଗୁଡ଼ିକରେ ଅତିରିକ୍ତ ବଗି ସଂଯୋଗ କରିବା ସହ ସ୍ପେଶାଲ ଟ୍ରେନର ବ୍ୟବସ୍ଥା କରାଯାଉଛି। ଏହି ଟ୍ରେନର ଚଳାଚଳ ପୃଷ୍ଠପୋଷକତାକୁ ଦେଖି ଆଗକୁ ଆହୁରି ସ୍ପେଶାଲ ଟ୍ରେନ କରିବାକୁ ଯୋଜନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri