ଦୁଃଖ ଶୁଣିଲା ପ୍ରଶାସନ: ଅସହାୟ ମା’ଝିଅଙ୍କୁ ମିଳିଲା ସରକାରୀ ସହାୟତା

ମାଥିଲି, ୧।୮-  ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡା ପଞ୍ଚାୟତ ସଦରରେ ରହୁଥିବା ଅସହାୟ ବୃଦ୍ଧା ଦହନା ପାଙ୍ଗି ଓ ତାଙ୍କ ବିଧବା ଝିଅ ସୁଭଦ୍ରା ପାଙ୍ଗିଙ୍କ ଦୁଃଖ ପ୍ରଶାସନ ବୁଝିଛି । ଅସହାୟ ଭଙ୍ଗା ଦଦରା ଘରେ ଓ ସରକାରୀ ଯୋଜନାରୁ ବାଦ ପଡିଥିବା ଏହି ମାଆ ଝିଅଙ୍କୁ ସରକାରୀ ଯୋଜନାରେ ସାମିଲ କରିଛି ପ୍ରଶାସନ । ଏ ନେଇ ମାଲକାନଗିରି ଉପ ଜିଲାପାଳ ରାମେଶ୍ବର ପ୍ରଧାନ, ମାଥିଲି ବିଡିଓ ଆଶିଷ କୁମାର ଭୋଇ ଓ ମାଥିଲି ତହସିଲଦାର ମଘବାନ ବାଗ ବୁଧବାର ଦହନା ଓ ସୁଭଦ୍ରାଙ୍କୁ ଭେଟିଥିଲେ । ସରକାରୀ ଯୋଜନାରେ ଏହି ଅସହାୟ ମାଆ ଝିଅଙ୍କୁ ସାମିଲ କରିବା ସହ ରେଡକ୍ରସ ତରଫରୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଥିଲା । ଅନ୍ୟପକ୍ଷରେ ବୃଦ୍ଧା ଦହନାଙ୍କୁ ବାର୍ଦ୍ଦକ୍ୟ ଭତ୍ତା ଓ ଝିଅ ସୁଭଦ୍ରାଙ୍କୁ ଜୁଲାଇ ମାସର ବିଧବା ଭତ୍ତା ଉଦୁଲିବେଡା ପିଇଓ ଅଶୋକ ମହାରଣା ପ୍ରଦାନ କରିଥିଲେ । ତୁରନ୍ତ ଘର ଟିଏ ଯୋଗାଇ ଦେବାକୁ ପଦକ୍ଷେପ ନେବାକୁ ଉପଜିଲାପାଳ ପ୍ରଧାନ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ଦହନା ଓ ତାଙ୍କ ଝିଅ ସୁଭଦ୍ରା କୌଣସି ସରକାରୀ ଯୋଜନାରେ ସାମିଲ ହୋଇ ନ ଥିଲେ। ଅସହାୟ ଅବସ୍ଥାରେ ଥିବାବେଳେ ପିଇଓ ମହାରଣା ସେମାନଙ୍କ ଦୟନୀୟ ଅବସ୍ଥା ଜାଣିବାକୁ ପାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri