Posted inଖେଳ

ଦୁଇ ଏଲ୍‌ଏ ଲେକର୍ସ ଖେଳାଳି କୋଭିଡ୍‌-୧୯ରେ ପୀଡ଼ିତ

ଲସ ଏଞ୍ଜେଲ୍ସ, ୨୦।୩- ବହୁବାର ଏନ୍‌ବିଏ ଚାମ୍ପିୟନ ଲସ ଏଞ୍ଜେଲ୍ସ ଲେକର୍ସ ଦଳର ଦୁଇ ଜଣ ଖେଳାଳି ମାରାତ୍ମକ କୋଭିଡ୍‌-୧୯ରେ ପୀଡ଼ିତ। ସେମାନଙ୍କୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ କ୍ୱାରାଣ୍ଟାଇନାରେ ରଖାଯାଇଥିବା ବାସ୍କେଟବଲ ଦଳ ପକ୍ଷରୁ କୁହାଯାଇଛି। କିନ୍ତୁ ଫ୍ରାଞ୍ଚାଇଜ ପକ୍ଷରୁ ଦୁଇ ଖେଳାଳିଙ୍କ ପରିଚୟ ଦିଆଯାଇ ନାହିଁ। ମାତ୍ର ସେମାନଙ୍କ ଟେଷ୍ଟ ଦଳର ଅନ୍ୟ ଖେଳାଳିଙ୍କ ସହ କରାଯାଇଥିଲା। ମାର୍ଚ୍ଚ ୧୦ ତାରିଖରେ ବ୍ରୁକଲିନ ନେଟ୍ସ ଦଳ ବିପକ୍ଷ ମ୍ୟାଚ୍‌ ପରେ ଟେଷ୍ଟ କରାଯାଇଥିଲା। ନେଟ୍ସ ଦଳର ୪ ଖେଳାଳିଙ୍କ ରିପୋର୍ଟ ପଜେଟିଭ ଆସିଛି। ଲେକର୍ସ ଦଳର ଦୁଇ ଖେଳାଳିଙ୍କ ରିପୋର୍ଟ ପଜେଟିଭ ଆସିଛି। ସେମାନଙ୍କ ନିକଟରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିଲା। ଏଣୁ ଅନ୍ୟଙ୍କଠାରୁ ସେମାନଙ୍କୁ ଏହି ମାରାତ୍ମକ ଭାଇରସ ବ୍ୟାପିଛି। ଦଳୀୟ ଡାକ୍ତରଙ୍କ ପରାମର୍ଶରେ ସେମାନଙ୍କୁ କ୍ୱାରାଣ୍ଟାଇନ ରଖାଯାଇଛି ବୋଲି ଲେକର୍ସ ପକ୍ଷରୁ ସୂଚନା ଦିଆଯାଇଛି। ଦଳର ଅନ୍ୟ ଖେଳାଳି ଓ ଷ୍ଟାଫଙ୍କୁ ସେଲ୍‌ଫ କ୍ୱାରାଣ୍ଟାଇନରେ ରହିବାକୁ କୁହାଯାଇଛି। ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ଅଛୁ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶର ନାଗରୀକଙ୍କ ନିକଟରେ ଲକ୍ଷଣ ଦେଖାଯାଉଥିବାବେଳେ ଏନ୍‌ବିଏ ଖେଳାଳିଙ୍କୁ ପ୍ରାଥମିକତା ଦିଆଯାଇଥିଲା। ଏହାକୁ ଏନ୍‌ବିଏ ସମାଲୋଚନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri