ଦୁଇ ଚକିଆ ଗାଡ଼ି କଟକଣା କୋହଳ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ୍‌,୧୦ା୪: କରୋନା ଭୂତାଣୁର ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଗାଡ଼ି ଚଳାଚଳ ଉପରେ ଅନେକ ପ୍ରକାର କଟକଣା ରହିଛି। ଫଳରେ ପରିବା ଏବଂ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ କିଣିବା ପାଇଁ ଲୋକମାନେ ହଇରାଣ ହେଉଛନ୍ତି। ଦୁଇ ଚକିଆ ଗାଡ଼ି ଚଳାଚଳ ଉପରେ ସଂପୂର୍ଣ୍ଣ କଟକଣା ନ ଲଗାଇ, ଏଥିରେ କୋହଳ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା ଏବଂ ଜଷ୍ଟିସ୍‌ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ ସୁପ୍ରମ୍‌କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ରାଜ୍ୟରେ କରୋନା ଭୂତାଣୁ ପରୀକ୍ଷାକୁ ସଂପୂର୍ଣ୍ଣ ମାଗଣା କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏକ ବିଜ୍ଞପ୍ତି ଜାରି କରି ରାଜ୍ୟ ସରକାର ତୁରନ୍ତ ଏଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶରେ କୁହାଯାଇଛି ।
ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ଯେ, ଲକ୍‌ଡାଉନ୍‌ ଅବଧି ମଧ୍ୟରେ ପୋଲିସ ପକ୍ଷରୁ ରାଜ୍ୟର ଅନେକ ସ୍ଥାନରେ ବହୁ ସଂଖ୍ୟାରେ ଗାଡ଼ି ଜବତ କରୁଥିବା ନଜରକୁ ଆସିଛି। ରାଜ୍ୟରେ ଚାଲିବା ଦୂରତା ମଧ୍ୟରେ ପନିପରିବା, ଔଷଧ ଏବଂ ଅନ୍ୟାନ୍ୟ ବ୍ୟବହାର ଯୋଗ୍ୟ ସାମଗ୍ରୀର ଉପଲବ୍ଧତା ନାହିଁ। ବିଶେଷକରି ବରିଷ୍ଠ ନାଗରିକ, ମହିଳା ଏବଂ ଭିନ୍ନକ୍ଷମାନେ ଚାଲିଚାଲି ଯାଇ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାରେ ସମସ୍ୟାର ସମ୍ମୁଖିନ ହେଉଛନ୍ତି। ଅନେକ ସମୟରେ ଦୂର ଜାଗାକୁ ଯିବାକୁ ପଡ଼ୁଛି। ଲୋକଙ୍କ ପାଖରେ ଏସବୁ ସାମଗ୍ରୀ ଯୋଗାଇଦେବା ପାଇଁ ଠୋସ୍‌ ବ୍ୟବସ୍ଥା କରିବା ପୂର୍ବରୁ ଦୁଇ ଚକିଆ ଯାନ ବ୍ୟବହାର ଉପରେ ସଂପୂର୍ଣ୍ଣ କଟକଣା ଜାରି କରାଯାଇପାରିବ ନାହିଁ। କଟକଣାକୁ କିଛି ମାତ୍ରାରେ କୋହଳ କରାଯାଉ। ହେଲେ ଯେଉଁମାନେ ଦୁଇ ଚକିଆ ଯାନ ବ୍ୟବହାର କରିବେ, ସେମାନେ ସନ୍ତୋଷଜନକ କାରଣ ଦର୍ଶାଇବା ଆବଶ୍ୟକ। ଲକ୍‌ଡାଉନ୍‌ ପାଇଁ ସାଧାରଣ ଜନଜୀବନ ଗଭୀର ଭାବେ ପ୍ରଭାବିତ ହେଉଛି। ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ନେଇ କୌଣସି ବ୍ୟବସ୍ଥା କରିବା ପରିବର୍ତ୍ତେ ଦୁଇ ଚକିଆ ଯାନ କଟକଣା, ଲୋକଙ୍କ ଅସୁବିଧାକୁ
ଆହୁରି ବଢ଼ାଇଦେବ। ମାନବିକତା ଦୃଷ୍ଟିରୁ ରାଜ୍ୟ ସରକାର ଏବଂ ପୋଲିସ ମହାନିର୍ଦ୍ଦେଶକ ଏହି ସମସ୍ୟାକୁ ହୃଦୟଙ୍ଗମ କରିବା ସହ ଉଚିତ ପଦକ୍ଷେପ ନେବେ ବୋଲି ଆଶା କରାଯାଉଛି। ଏଥି ସହ ଏହା ମଧ୍ୟ ଆଶା କରାଯାଉଛି ଯେ, ଲୋକଙ୍କ ପାଖରେ ସମସ୍ତ ପ୍ରକାର ସାମଗ୍ରୀ ଯୋଗାଇବା ଦିଗରେ ସରକାର ଏମିତି ପଦକ୍ଷେପ ନେବେ, ଯାହା ଫଳରେ ଲୋକମାନଙ୍କୁ ଦୁଇ ଚକିଆ ଯାନ ବ୍ୟବହାର କରିବାକୁ ପଡ଼ିବ ନାହିଁ । ଯେଉଁ ଗାଡ଼ିଗୁଡ଼ିକ ପୋଲିସ ଦ୍ୱାରା ଜବତ ହୋଇଛି, ଗାଡ଼ି ମାଲିକଙ୍କ ଠାରୁ ଲିଖିତ ଆକାରରେ ଅଣ୍ଡରଟେକିଂ ଲେଖାଇ ଛାଡ଼ି ଦିଆଯାଉଛି । ଜବତ ଗାଡ଼ିଗୁଡ଼ିକୁ ମାଲିକମାନେ ଭବିଷ୍ୟତରେ ବ୍ୟବହାର କରିବେ ନାହିଁ ବୋଲି ଅଣ୍ଡରଟେକିଂରେ ଲେଖିବାକୁ ହେବ । ସରକାର ନିର୍ଦ୍ଦିଷ୍ଟ ଗାଇଡ୍‌ଲାଇନ୍‌ ଜାରି କରିବା ପୂର୍ବରୁ, ବିନା ଜରିମାନାରେ ତିନି ଥର ଏବଂ ଅଣ୍ଡରଟେକିଂ ଲେଖିବା ସତ୍ତ୍ୱେ ମାତ୍ର ଗୋଟିଏ ଥର ହିଁ ଜବତ ଗାଡ଼ିକୁ ଛଡ଼ାଯାଇ ପାରିବ । ଆଇନ୍‌ଜୀବୀ ବିଜୟ କୁମାର ରାଗଡ଼ାଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା ରୁଜୁ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri