ଦୁଇ ଛାତ୍ରଙ୍କ ଦୁଃସାହସ, ବୁଡ଼ିଯାଉଥିବା ଛାତ୍ରଙ୍କୁ ବଞ୍ଚାଇଲେ

କୋରେଇ,୩ା୯(ସ୍ବ.ପ୍ର.)- କୋରେଇ ବ୍ଲକ ଅନ୍ତର୍ଗତ ସାଦକପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ର ସୋମବାର ପୋଖରୀରେ ବୁଡିଯାଉଥିବା ବେଳେ କୋରାଇ ନୋଡାଲ ହାଇସ୍କୁଲର ଦୁଇ ଛାତ୍ର ତାଙ୍କୁ ଉଦ୍ଧାର କରି ସାହସିକତାର ପ୍ରମାଣ ଦେଇଛନ୍ତି। ପ୍ରକାଶ ଯେ, ସାଦକପୁର ପ୍ରାଥମିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀର ଛାତ୍ର ତଥା ଫାଜଲପୁର ଗ୍ରାମର ଅବଦୁଲ ନାଜାମ ଖଁାଙ୍କ ପୁଅ ଅବଦୁଲ ରୁମାନ ଖଁା(୬) ବିଦ୍ୟାଳୟରୁ ଗଣେଶ ପୂଜା ସାରି ଫେରୁଥିଲେ। ଏହି ସମୟରେ ରାସ୍ତା କଡରେ ଥିବା ଏକ ପୋଖରୀ କୂଳରେ ମାଛ ଦେଖୁଥିବା ବେଳେ ପୋଖରୀରେ ପଡି ବୁଡିଯାଇଥିଲେ। ଏହାଦେଖି କୋରାଇ ହାଇସ୍କୁଲର ଛାତ୍ର ତଥା ସାଦକପୁର ପଞ୍ଚାୟତର ଫାଜଲପୁର ଗ୍ରାମର ସେକ କାଲାବାଉଙ୍କ ପୁଅ ସେକ୍‌ ତୋସିବ ଓ ସାଦକପୁର ଗ୍ରାମର ମହମ୍ମଦ ଦାଉଦଙ୍କ ପୁଅ ସୋଏବ ପୋଖରୀରେ ପଶି ରୁମାନଙ୍କୁ ଉଦ୍ଧାର କରିଥିଲେ। ସୋଏବ ଓ ତୋସିବ ଏଭଳି ସାହସିକତା ପାଇଁ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସାର ପାତ୍ର ପାଲଟିଛନ୍ତି। ଖବରପାଇ ପ୍ରଧାନ ଶିକ୍ଷକ ଦୁର୍ଗାମାଧବ ମହାନ୍ତି ଘଟଣାସ୍ଥଳେ ପହଞ୍ଚତ୍ ସାହସୀ ଛାତ୍ରଙ୍କୁ ସାବାସି ଜଣାଇବା ସହ ରୁମାନଙ୍କୁ ପରିବାରଲୋକଙ୍କ ଜିମା ଦେଇଥିଲେ। ଉକ୍ତ ପୋଖରୀ ବାଡ ବୁଜିବା ସହ ଉଦ୍ଧାରକାରୀ ଦୁଇ ଯୁବକଙ୍କୁ ସରକାର ସାହସିକତା ପୁରସ୍କାର ପ୍ରଦାନ ପାଇଁ ସାଧାରଣରେ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?