Posted inଖେଳ

ଦୁଇ ଦଳକୁ ମୋଦିଙ୍କ ଶୁଭେଚ୍ଛା: ଫାଇନାଲ ପୂର୍ବରୁ ଦୁଇ ପ୍ରଧାନମନ୍ତ୍ରୀଙ୍କ ଟୁଇଟର ଯୁଦ୍ଧ

ନୂଆଦିଲ୍ଲୀ,୮।୩(ପି.ଟି.)- ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଟୁଇଟରରେ ଯୁଦ୍ଧ ତଥା କଥା କଟାକଟି ଦେଖିବାକୁ ମିଳିଛି। ଦୁଇ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଭାରତ ଯେତେବେଳେ ଫାଇନାଲ ଖେଳିବାକୁ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)କୁ ଓହ୍ଲାଇବ ସେତେବେଳେ ସାରା ଷ୍ଟାଡିୟମ କେବଳ ନୀଳ (ଭାରତୀୟ ଜର୍ସିର ରଙ୍ଗ) ସମୁଦ୍ରରେ ପରିଣତ ହେବ ବୋଲି ମୋଦି ଆଶା ପ୍ରକାଶ କରିଛନ୍ତି। ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନଙ୍କ ଏକ ଟୁଇଟ୍‌ର ଜବାବ ରଖି ପ୍ରଧାନମନ୍ତ୍ରୀ ମୋଦି ଏହି କଥା କହିଛନ୍ତି। ପୂର୍ବରୁ ମୋଦିଙ୍କୁ ଟ୍ୟାଗ କରି ମୋରିସନ ଉଲ୍ଲେଖ କରିଛନ୍ତି ଯେ, ଷ୍ଟାଡିୟମରେ ବହୁସଂଖ୍ୟାରେ ଦର୍ଶକ ଉପସ୍ଥିତ ରହିବେ ଓ ଦୁଇ ଶ୍ରେଷ୍ଠ ଦଳ ମୁକାବିଲାରେ ଅବତୀର୍ଣ୍ଣ ହେବେ। ଏହା ଏକ ସୁନ୍ଦର ତଥା ରୋମାଞ୍ଚକ ମ୍ୟାଚ୍‌ ହେବାକୁ ଯାଉଛି। ସବୁଆଡେ ଅଷ୍ଟ୍ରେଲିଆର ଚମକ ଦେଖିବାକୁ ମିଳୁଛି ବୋଲି ସେ ଟୁଇଟ କରିଛନ୍ତି। ମୋଦି ମଧ୍ୟ ଟୁଇଟ୍‌ କରି ଏହାର ଜବାବ ରଖିଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ଫାଇନାଲ ଖେଳିବାକୁ ଯାଉଛନ୍ତି, ଏହାଠାରୁ କୌଣସି ବଡ଼ କଥା ନାହିଁ। ଦୁଇ ଦଳକୁ ମୋର ଶୁଭେଚ୍ଛା ଓ ବିଶ୍ୱ ମହିଳା ଦିବସ ପାଇଁ ଅଭିନନ୍ଦନ। ଯେଉଁ ଦଳ ଭଲ ଖେଳିବ ସେହି ଦଳ ଚାମ୍ପିୟନ ହେବ ବୋଲି ମୋଦି ଟୁଇଟ୍‌ କରି ଉଲ୍ଲେଖ କରିଛନ୍ତି। ନୀଳ ପାହାଡ଼ ଭଳି ଏମ୍‌ସିଜି ପୂରା ନୀଳ ରଙ୍ଗରେ ଝଲସିବ ବୋଲି ସେ ଟୁଇଟ୍‌ କରି ଜବାବ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri