Posted inଜାତୀୟ

ଦୁଇ ଦଳିତଙ୍କୁ ନିର୍ମମ ପ୍ରହାର

ଜୟପୁର,୨୧।୨(ପି.ଟି.):ରାଜସ୍ଥାନର ନାଗୌର ଅନ୍ତର୍ଗତ କାର୍‌ନୁ ଗ୍ରାମରେ ଦୁଇ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯିବା ଘଟଣା ଏବେ ରାଜନୈତିକ ଝଡ଼ ସୃଷ୍ଟି କରିଛି। ଏକ ମୋଟର ସାଇକେଲ ଶୋ’ରୁମ୍‌ରୁ ଏଦୁହେଁ ଟଙ୍କା ଚୋରି କରୁଥିବା ଅଭିଯୋଗ କାରଣରୁ ଏମାନଙ୍କୁ ଆକ୍ରମଣ କରାଯାଇଛି। ଦୁଇ ଯୁବକଙ୍କ ମଧ୍ୟରୁ ଜଣଙ୍କ ମଳଦ୍ୱାରରେ ସ୍କୃଡାଇଭର ପୂରାଇ ନିସ୍ତୁକ ମାଡ଼ ମରାଯାଇଛି। ଏନେଇ ଭିଡିଓ ଭାଇରାଲ ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ରାଜସ୍ଥାନ ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହା ପରେ ଶୋ’ରୁମ୍‌ରେ କାମ କରୁଥିବା ୭ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପ୍ରକାଶ କରିଛନ୍ତି। ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଏଭଳି ହିଂସ୍ର ଆଚରଣ ମାନବିକ ଅଧିକାରର ସୀମା ସରହଦ ପାର୍‌ କରିଥିବା ନାଗୌର ଏମ୍‌ପି ହନୁମାନ ବେନିଓ୍ବାଲ୍‌ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ଏସ୍‌ସି/ଏସ୍‌ଟି ଆଇନ ସହ ଅନ୍ୟ ଦଫା ଲଗାଯାଇଥିବା ଏସ୍‌ପି କହିଛନ୍ତି।
ଫେବୃୟାରୀ ୧୬ରେ ଭାଇରାଲ ହୋଇଥିବାବେଳେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ଦାୟୀ କରିଛନ୍ତି ଭାଜପା ଓ ବେନିଓ୍ବାଲ ନେତୃତ୍ୱାଧୀନ ଆର୍‌ଏଲ୍‌ପି। ଆର୍‌ଏଲ୍‌ପିର ୩ ବିଧାୟକ ଗୁରୁବାର ପ୍ଲାକାର୍ଡ ଧରି ବିଧାନସଭାରେ ପଶିବା ସହ ଦଳିତଙ୍କ ବିରୋଧରେ ହେଉଥିବା ଅତ୍ୟାଚାରକୁ ରୋକାଯାଉ ବୋଲି ନାରାବାଜି କରିଥିଲେ। ବଜେଟ ଅଧିବେଶନ ଯୋଗୁ ବାଚସ୍ପତି ହସ୍ତକ୍ଷେପ କରିବାରୁ ୩ ବିଧାୟକ ବିଧାନସଭା ସମ୍ମୁଖରେ ଧାରଣା ଦେଇଥିଲେ। ପ୍ରଦେଶ ଭାଜପା ଅଧ୍ୟକ୍ଷ ସତୀଶ ପୂନିଆ କହିଛନ୍ତି, ରାହୁଲଙ୍କ ଟୁଇଟ ପରେ ରାଜ୍ୟ ସରକାର ଆଖି ଖୋଲିବା ଦରକାର। ପୋଲିସ ଫେବୃୟାରୀ ୧୬ ପରିବର୍ତ୍ତେ ୧୯ରେ କାହିଁକି ମାମଲା ରୁଜୁ କଲା ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri