Posted inଜାତୀୟ

ଦୁଇ ବ୍ୟକ୍ତିଙ୍କ କଳି ଭିତରେ ଗାଈ ଗଲା କୋର୍ଟ

ଯୋଧପୁର,୧୬।୬: ରାଜସ୍ଥାନ ଯୋଧପୁରର ଲୋକାଲ କୋର୍ଟରେ ଆଶ୍ଚର୍ଯ୍ୟ ହେବା ଭଳି ଏକ ମାମଲା ଦେଖିବାକୁ ମିଳିଛି। ଶନିବାର ଏହି କୋର୍ଟରେ ଏକ ଗାଈକୁ ହାଜର ହେବାକୁ ପଡିଛି। କାରଣ ଏହାର ମାଲିକାନାକୁ ନେଇ ବିବାଦ ଉଠିବାରୁ ଗାଈଟିକୁ କୋର୍ଟ ପର୍ଯ୍ୟନ୍ତ ନିଆଯାଇଥିଲା। ଆଇନଜୀବିଙ୍କ ସୂଚନା ଅନୁଯାୟୀ, ଓମ ପ୍ରକାଶ ଓ ଶ୍ୟାମ ସିଂଙ୍କ ମଧ୍ୟରେ ଗୋଟିଏ ଗାଈର ମାଲିକାନାକୁ ନେଇ ୨୦୧୮ରୁ ବିବାଦ ଲାଗି ରହିଥିଲା। ଏଥିପାଇଁ ଉଭୟ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଶନିବାର ଏହି ମାମଲାର ବିଚାର ପରେ ସବୁ ସାକ୍ଷୀ ପ୍ରମାଣ ଆଧାରରେ ଗାଈଟିକୁ ଓମ ପ୍ରକାଶଙ୍କୁ ହସ୍ତାନ୍ତର କରାଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମହାରାଷ୍ଟ୍ରର ପୁଣେ ଜିଲାର ଜଣେ ମହିଳା ତାଙ୍କ ପଡିଶା ଘର କୁକୁଡା ସକାଳୁ ରାବୁ ଥିବାରୁ ତାଙ୍କ ନିଦ ଖରାପ ହୋଇଯିବା ଅଭିଯୋଗ କରି କୋର୍ଟର ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ଡବଲ ଉପହାର! ୨୦% ଅତିରିକ୍ତ DA ସହ ଆଗୁଆ ମିଳିବ ଦରମା

ନୂଆଦିଲ୍ଲୀ, ୩୧।୭: ପଶ୍ଚିମବଙ୍ଗ ସରକାରଙ୍କ କର୍ମଚାରୀମାନଙ୍କ ପାଇଁ ଏକ ବଡ଼ ଖୁସିଖବର। ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଦୁର୍ଗାପୂଜା ପୂର୍ବରୁ କର୍ମଚାରୀମାନଙ୍କୁ ଅକ୍ଟୋବର ମାସରୁ ୨୦…

ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…

ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri