ଦୁଇ ମାସରେ ଗଲାଣି ୩ ହାତୀଙ୍କ ଜୀବନ, ରୋକିବାରେ ବନ ବିଭାଗ ବିଫଳ

ମାଧପୁର,୨ା୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡ଼ାଗାଡ଼ି ବିଟ୍‌ ଘୋଡ଼ାଗାଡ଼ି ଖେଶ୍ରା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଘୋଡ଼ାଗାଡ଼ି ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ପଡ଼ିଥିବାର ଖବର ପାଇ ଡିଏଫ୍‌ ଓ ଏସ୍‌.ଆନନ୍ଦ, ଏସିଏଫ୍‌ ଗୌରୀଶଙ୍କର ଦାସ, ରେଞ୍ଜର ସନ୍ତୋଷ ଭୋଇ, ଫରେଷ୍ଟର ଦୀପ୍ତିରଞ୍ଜନ ବିଶ୍ୱାଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ହାତୀଟି ପୂର୍ବରୁ ମରିଥିବାର ଅନୁମାନ କରାଯାଉଛି। ଦନ୍ତା ହାତୀର ଗୋଟିଏ ଦାନ୍ତ ରହିଥିବା ବେଳେ ଅନ୍ୟ ଏକ ଦାନ୍ତ ସ୍ପଷ୍ଟ ଜଣା ପଡୁନାହିଁ I ତେବେ ହାତୀଟିର କେମିତି ମୃତ୍ୟୁ ଘଟିଥିଲା ପୋଷ୍ଟମର୍ଟମ ପରେ ଜଣାପଡ଼ିବ ବୋଲି ଅନୁମାନ କରାଯାଉଛି

ସୂଚନାଯୋଗ୍ୟ, ଗତ ଦୁଇ ମାସ ମଧ୍ୟରେ ଏହି ଅଞ୍ଚଳରେ ହାତୀ ମୃତ୍ୟୁ ଘଟଣା ତୃତୀୟ ଥର ପାଇଁ ନଜରକୁ ଆସିଛି। ଗତ ଅକ୍ଟୋବର ୧୫ରେ ମୁଣ୍ଡାପଡ଼ା ଠାରେ ଏକ ଦନ୍ତାହାତୀ ଏବଂ ଅକ୍ଟୋବର ୨୮ରେ ଶାନ୍ତିପୁରଠାରେ ଏକ ମାଈହାତୀର ମୃତଦେହ ଉଦ୍ଧାର ହୋଇଥିଲା। ବାରମ୍ବାର ହାତୀ ମୃତ୍ୟୁ ଘଟଣା ନଜରକୁ ଆସୁଥିବାରୁ ବିଭାଗର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବାରମ୍ବାର ଆଠମଲ୍ଲିକ ବନଖଣ୍ଡରେ କେତେବେଳେ ନିରୀହ ହାତୀ ଜୀବନ ହାରୁଛି ତ ଆଉ କେତେବେଳେ ମଣିଷ ଜୀବନ ଯାଉଛି। ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଥିପାଇଁ ପାଟ୍ରୋଲିଂକୁ କଡ଼ାକଡ଼ି କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri