Posted inଜାତୀୟ

ଦୁଇ ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି

ନୂଆଦିଲ୍ଲୀ,୧୨ା୬(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ନୃପେନ୍ଦ୍ର ମିଶ୍ର ଓ ଅତିରିକ୍ତ ପ୍ରଧାନ ସଚିବ ପ୍ରମୋଦ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ୫ ବର୍ଷ ବୃଦ୍ଧି କରାଯାଇଛି। ଏହାସହ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ଦୁଇ ଅବସରପ୍ରାପ୍ତ ଅଧିକାରୀଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ଦିଆଯାଇଛି। ମେ ୩୧ରୁ ଏହା କାର୍ଯ୍ୟକାରୀ ହେବ ବୋଲି ଜଣାପଡ଼ିଛି।
ସମ୍ପର୍କିତ କ୍ୟାବିନେଟ କମିଟି ମଙ୍ଗଳବାର ୧୯୪୫ ମାର୍ଚ୍ଚ ୮ରେ ଜନ୍ମିତ ନୃପେନ୍ଦ୍ର ମିଶ୍ର ଏବଂ ୧୯୪୮ ଅଗଷ୍ଟ ୧୧ରେ ଜନ୍ମଗ୍ରହଣ କରିଥିବା ପି.କେ. ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛି। ମୋଦି ସରକାରଙ୍କ ପ୍ରଥମ ପାଳି ୨୦୧୪ ମେ ୨୮ରେ ନୃପେନ୍ଦ୍ର (ଉତ୍ତରପ୍ରଦେଶ କ୍ୟାଡର ୧୯୬୭ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ)ଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ କରାଯାଇଥିଲା। ସେହିପରି ୨୦୧୪ ଜୁନ୍‌ ୯ରେ ଅତିରିକ୍ତ ପ୍ରଧାନ ସଚିବ ଭାବେ ପି.କେ. ମିଶ୍ର (ଗୁଜରାଟ କ୍ୟାଡର ୧୯୭୨ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ)ଙ୍କୁ ନିଯୁକ୍ତି ଦିଆଯାଇଥିଲା। ପ୍ରକାଶ ଯେ, ଏହାପୂର୍ବରୁ ଏନ୍‌ଏସ୍‌ଏ ଅଜିତ୍‌ ଡୋଭାଲଙ୍କ କାର୍ଯ୍ୟକାଳ ୫ ବର୍ଷ ବୃଦ୍ଧି କରାଯାଇ ତାଙ୍କୁ କ୍ୟାବିନେଟ ପାହ୍ୟା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri