ଦୁଇଟି ସ୍ଥାନରେ ହାଟ ଚାଲିବା ନେଇ ରାସ୍ତା ଅବରୋଧ

ରାଇକିଆ,୯।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସାପ୍ତାହିକୀ ହାଟକୁ ଆସୁଥିବା ବ୍ୟବସାୟୀମାନେ ସୋମବାର ଦୁଇଟି ସ୍ଥାନରେ ଏକାଥରେ ହାଟ ଚାଲିବାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା ଉପରେ ଦୋକାନ ଖୋଲି ପ୍ରତିବାଦ ମଧ୍ୟ କରିଛନ୍ତି। ଗତ ନଭେମ୍ବର ୧୮ ତାରିଖରେ ଆର୍‌ଏମ୍‌ସି ପରିସରରେ ଚାଲୁଥିବା ହାଟକୁ ଚୂନପଲ୍ଲୀ ନିକଟ ଅଏଲ ମିଲ୍‌ ପଡ଼ିଆକୁ ସ୍ଥାନାନ୍ତର କରାଯାଇଥିଲା। ବ୍ୟବସାୟୀମାନେ ନୂତନ ସ୍ଥାନରେ ଦୋକାନ ଖୋଲିଥିଲେ। କିନ୍ତୁ ଅନୂରପ ଭାବେ ଆର୍‌ଏମ୍‌ସି ଭିତରେ ପୂର୍ବରୁ ଚାଲୁଥିବା ହାଟ ସ୍ଥାନରେ ମଧ୍ୟ କିଛି ବ୍ୟବସାୟୀ ଦୋକାନ ଖୋଲିଥିଲେ। ଫଳରେ ଦୁଇଟି ସ୍ଥାନରେ ହାଟ ଚାଲିବା ଯୋଗୁ ଗ୍ରାହକଙ୍କ ସମେତ ବ୍ୟବସାୟୀମାନେ ମଧ୍ୟ ହଇରାଣ ହୋଇଥିଲେ। ତିନି ସପ୍ତାହ ବିତି ଯାଇଥିଲେ ମଧ୍ୟ ଏନେଇ ପ୍ରଶାସନ ପକ୍ଷରୁ କାୈଣସି ପଦକ୍ଷେପ ନିଆ ଗଲାନାହିଁ। ଏପରିକି ନୂତନ ସ୍ଥାନରେ ବ୍ୟବସାୟ ହେଉ ନ ଥିବା କିଛି ବ୍ୟବସାୟୀ ଅଭିଯୋଗ କରିଥିଲେ। ହାଟକୁ ପରିବା ବିକ୍ରି କରିବାକୁ ଆସୁଥିବା ଚାଷୀମାନେ ବିଶେଷ କରି କ୍ଷତି ସହିଥିଲେ। ଏହାର ପ୍ରତିବାଦ ସ୍ବରୂପ ବ୍ୟବସାୟୀମାନେ ସୋମବାର ନୂତନ ହାଟ ସମ୍ମୁଖରେ ରାଇକିଆ- ଜି.ଉଦୟଗିରି ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri