ଦୁଇଦିନରେ ଅଣ୍ଡା ଦେଲେ ୧୧୦ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ,୧୯ା୩(ଡି.ଏନ.ଏ.) ପୁରୁଣାବନ୍ଧ ନିକଟସ୍ଥ ଋଷିକୁଲ୍ୟା ମୁହାଣରେ ଗତ ଫେବୃୟାରୀ ପ୍ରଥମ ସପ୍ତାହରୁ ବିରଳ ସାମୁଦ୍ରିକ କଇଁଛ ଅଲିଭ୍‌ରିଡ୍‌ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୪୫ କଇଁଛ ଅଣ୍ଡାଦାନ କରିଥିଲେ। ଗଣ ଅଣ୍ଡାଦାନ ଆରମ୍ଭ ହୋଇ ନ ଥିବାରୁ ପ୍ରୟାଗୀସ୍ଥିତ ହାଚେରୀରେ ଅଣ୍ଡାଗୁଡିକ ସଂଗ୍ରହ କରି ରଖାଯାଇଛି। ସେବେଠାରୁ ପ୍ରତିଦିନ କଁା ଭଁା ୩ କିମ୍ବା ୪ କଇଁଛ ଅଣ୍ଡାଦାନ କରୁଥିଲେ। ମଙ୍ଗଳବାର ୫୪ ଓ ବୁଧବାର ୫୬ କଇଁଛ ଅଣ୍ଡାଦାନ କରିଥିବା ରମ୍ଭା ବନଖଣ୍ଡ ଅଧିକାରୀ ସୋମନାଥ ମଲିକ କହିଛନ୍ତି। ଦୁଇଦିନରେ ମୋଟ ୧୧୦ କଇଁଛ ଅଣ୍ଡାଦାନ କରିଛନ୍ତି। ବୁଧବାର କଇଁଛଙ୍କ ଗତିବିଧି ଲକ୍ଷ୍ୟ କରିବା ପାଇଁ ଜିଲା ବନଖଣ୍ଡ ଅଧିକାରୀ, ରମ୍ଭା ବନାଞ୍ଚଳ ଅଧିକାରୀ ମଲିକ ଓ ଅନ୍ୟାନ୍ୟ କର୍ମଚାରୀ ସମୁଦ୍ର ମଧ୍ୟକୁ ସ୍ପିଡ ବୋଟରେ ଯାଇ ଅନୁଧ୍ୟାନ କରିଛନ୍ତି। ଏଥିପାଇଁ ଋଷିକୁଲ୍ୟା ମୁହାଣରେ କଡ଼ା ସୁରକ୍ଷା ବ୍ୟବସ୍ଥା ଜାରି କରାଯାଇଥିବା ସେ ସୂଚନା ଦେଇଛନ୍ତି। ଅଣ୍ଡାଦାନ ସମୟରେ ସମ୍ପୃକ୍ତ ଅଞ୍ଚଳରେ ମାଛଧରା ବାରଣ କରାଯାଇଛି। ପାଗ ଅନୁକୂଳ ନଥିବା ଏବଂ ବେଳାଭୂମି ଅବକ୍ଷୟ ଯୋଗୁ ଗଣ ଅଣ୍ଡାଦାନ ହେଉ ନ ଥିବା ପରିବେଶବିତ୍‌ମାନେ କହିଛନ୍ତି।
ଏ ସମ୍ପର୍କରେ ଜିଲା ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଅମ୍ଳାନ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, ଗଣ ଅଣ୍ଡାଦାନ ପ୍ରକ୍ରିୟା ଆଶା ଦୃଢୀଭୂତ ହୋଇଛି। ଗୋଟିଏ କଇଁଛ ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଅଣ୍ଡା ଦେଉଛନ୍ତି। ଦକ୍ଷିଣା ପବନ ବହିବା ଧୀରେଧୀରେ ଆରମ୍ଭ ହେଲାଣି। ତେଣୁ ଖୁବ୍‌ଶୀଘ୍ର ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଅନୁମାନ କରାଯାଉଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?