Posted inଜାତୀୟ

ଦୁଇମାସ ପରେ ହଟିଲା କଟକଣା: ଆଜିଠୁ କଶ୍ମୀର ଯାଇପାରିବେ ପର୍ଯ୍ୟଟକ

ଶ୍ରୀନଗର,୧୦ା୧୦: ଜମ୍ମୁ-କଶ୍ମୀରରେ ପର୍ଯ୍ୟଟକଙ୍କ ଭ୍ରମଣ ଉପରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା କଟକଣାକୁ ଶେଷରେ ହଟାଇଦିଆଯାଇଛି। ଫଳରେ ଗୁରୁବାରଠାରୁ ପର୍ଯ୍ୟଟକ ମାନେ ଜମ୍ମୁ-କଶ୍ମୀରକୁ ଭ୍ରମଣରେ ଯାଇପାରିବେ।
୫ରେ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରି ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏହାର ଅବ୍ୟବହିତ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ଉପତ୍ୟକାରୁ ପର୍ଯ୍ୟଟକମାନଙ୍କୁ ଫେରିଯିବା ପାଇଁ କେନ୍ଦ୍ର ସରକାର ଓ ରାଜ୍ୟର ଗୃହ ବିଭାଗ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଅନ୍ୟ କେତେକ କଟକଣା ଜାରି କରାଯାଇଥିଲା, ଯାହାକି ଧୀରେ ଧୀରେ କୋହଳ କରାଯାଉଛି। ଏହିକ୍ରମରେ ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ବୁଧବାର ଉପତ୍ୟକାର ସ୍ଥିତି ଓ ସୁରକ୍ଷା ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସହ ରାଜ୍ୟପାଳଙ୍କ ପରାମର୍ଶଦାତାମାନେ ଉପସ୍ଥିତ ଥିଲେ। ବୈଠକରେ ରାଜ୍ୟପାଳ ଗୃହ ବିଭାଗକୁ ପୂର୍ବ ନିର୍ଦ୍ଦେଶନାମା ତତ୍କାଳ ଉଠାଇନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅକ୍ଟୋବର ୧୦ରୁ ଏହି କଟକଣା ହଟିବ ବୋଲି ଜମ୍ମୁ-କଶ୍ମୀର ପ୍ରଶାସନ ପକ୍ଷରୁ ଟୁଇଟ୍‌ କରାଯାଇଛି। ଏହାକୁ ନେଇ ଟୁଟିଷ୍ଟ ଅପରେଟରମାନେ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri