ଦୁଇଶହ ବର୍ଷର ପରମ୍ପରା: ପିଞ୍ଛାବଣିଆ ଦୋଳ ମେଳଣରେ ଲକ୍ଷାଧିକ ଶ୍ରଦ୍ଧାଳୁ

ବୈଶିଙ୍ଗା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ସୀମାନ୍ତ ଅଞ୍ଚଳର ଏକ ବିରାଟ ପଡ଼ିଆରେ ଗତ ଦୁଇ ଶହ ବର୍ଷ ଧରି ଆୟୋଜିତ ହୋଇଆସୁଛି ପିଞ୍ଛାବଣିଆ ମେଳା। ଗ୍ରାମର ଆରାଧ୍ୟ ଦେବତା ଶ୍ରୀ ରାଧାକୃଷ୍ଣଙ୍କ ବିଗ୍ରହମାନଙ୍କୁ ନାମ ସଂକୀର୍ତ୍ତନ ଦ୍ବାରା ପରିକ୍ରମା କରାଇ ମେଳା ପଡ଼ିଆରେ ଥିବା ଏକ ସୁଦୃଶ୍ୟ ମନ୍ଦିରରେ ସ୍ଥାପନ କଲାପରେ ପୂଜାର୍ଚ୍ଚନା କରାଯାଏ। ନିକଟବର୍ତ୍ତୀ ଗ୍ରାମରୁ ମଧ୍ୟ ୮ରୁ ୧୯ଟି ବିମାନରେ ରାଧାକୃଷ୍ଣଙ୍କର ବିଗ୍ରହ ପଟୁଆରରେ ଆସି ଏଠାରେ ମେଳଣ ହୋଇଥାଏ। ମନୋରଞ୍ଜନ ନିମନ୍ତେ ମୀନାବଜାର, ଦୋଳି, ଚକ୍ରି, ଯାଦୁଖେଳ ସହିତ ସ୍ଥାନୀୟ ପୁରୁଣିଆ ପଞ୍ଚାୟତର ପୁରୁଣିଆ ଗ୍ରାମ ଓ ନୂଆଗାଁ ଗ୍ରାମ କଳାକାରଙ୍କ ଦ୍ବାରା ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗିତା ଆୟୋଜନ ହୋଇଛି। ଏହି ମେଳା ପଡ଼ିଆର ଏକ ତୃତୀୟାଂଶ ଭାଗ ବାଲେଶ୍ୱର ଜିଲାର ରୂପସା ଥାନା ଅନ୍ତର୍ଗତ ହସନପୁର ପଞ୍ଚାୟତ ଅଧିନରେ ଆସୁଥିବା ବେଳେ ଅବଶିଷ୍ଟ ଅଂଶ ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ପୁରୁଣିଆ ପଞ୍ଚାୟତ ଅଧୀନରେ ରହିଛି। ଉଭୟ ପଞ୍ଚାୟତ ପକ୍ଷରୁ ନିଜ ନିଜ ଅଂଶକୁ ନିଲାମ କରାଯାଇଥାଏ। ତେବେ ଲକ୍ଷାଧିକ ଜନସମାଗମ ହେଉଥିବା ସ୍ଥଳେ ଶୌଚାଳୟ କିମ୍ବା ପାନୀୟଜଳ ବନ୍ଦୋବସ୍ତ କରାଯାଇ ନାହିଁ। ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦିଆଯାଉଥିଲେ ମଧ୍ୟ ତାହା ଆବଶ୍ୟକତା ପୂରଣ କରିବାରେ ବିଫଳ ହୋଇଛି। ବୈଶିଙ୍ଗା ଥାନା ପକ୍ଷରୁ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri