ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଅନିୟମିତତା ଘଟଣା:ବକେୟା ଦାବିରେ ଅଧିକାରୀଙ୍କୁ ଘେରାଉ

ଛେଣ୍ଡିପଦା,୨୫।୬(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ସଦରମହକୁମାରେ ଥିବା ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଚାଷୀମାନେ ଠକେଇର ଶିକାର ହେବା ସହ ସେମାନଙ୍କୁ ଠିକ୍‌ ସମୟରେ କ୍ଷୀର ବାବଦ ଟଙ୍କା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ସୋମବାର ଏହାକୁ କେନ୍ଦ୍ର କରି ଦୁଗ୍ଧ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଅନିୟମିତତାର ତଦନ୍ତ ଓ ବକେୟା ଟଙ୍କା ପ୍ରଦାନ ଦାବିରେ ଚାଷୀମାନେ ଶୀତଳୀକରଣ କେନ୍ଦ୍ର ଅଧିକାରୀଙ୍କୁ ଘେରାଉ କରିଥିଲେ।
ଚାଷୀଙ୍କ ଅଭିଯୋଗ ମୁତାବକ, ଉକ୍ତ ଦୁଗ୍ଧ ଶୀତଳୀକରଣ କେନ୍ଦ୍ର ଉପରେ ୧୨ଟି ସମବାୟ ସମିତିର ଚାଷୀ ନିର୍ଭର କରୁଛନ୍ତି। ପ୍ରତିଦିନ ଚାଷୀମାନଙ୍କ ଦ୍ୱାରା ଉତ୍ପାଦିତ କ୍ଷୀର କେନ୍ଦ୍ରକୁ ଆସିଥାଏ। ଦୁଗ୍ଧ ଶୀତଳୀକରଣ ତଥା ଓମ୍‌ଫେଡ କର୍ତ୍ତୃପକ୍ଷ ପ୍ରତି ୧୦ ଦିନରେ ଚାଷୀମାନଙ୍କ ଅର୍ଥରାଶିକୁ ସମିତି ମାଧ୍ୟମରେ ଓମ୍‌ଫେଡ କର୍ତ୍ତୃପକ୍ଷ ସମିତିର ବ୍ୟାଙ୍କ ଖାତାକୁ ଦେଇଥାନ୍ତି। ହେଲେ ୫ମାସରୁ ଊର୍ଦ୍ଧ୍ୱ ହେଲା ଶୀତଳୀକରଣ କେନ୍ଦ୍ରରେ ସମିତିର ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବକେୟା ରହିବା ସହିତ ଚାଷୀଙ୍କୁ ଔଷଧ ନ ଦେଇ ସେ ବାବଦରେ ସେମାନଙ୍କ ଖାତାରୁ ଟଙ୍କା କାଟି ଦିଆଯାଉଛି। ଏହା ପ୍ରତିବାଦରେ ବହୁ ଚାଷୀ କେନ୍ଦ୍ର ଅଧିକାରୀ ଯତୀନ କୁମାର ମିଶ୍ରଙ୍କୁ ଘେରାଉ କରିଥିଲେ। ବକେୟା ଟଙ୍କା ନ ମିଳିବା ପର୍ଯ୍ୟନ୍ତ ଅଧିକାରୀଙ୍କୁ ଛାଡ଼ିବେ ନାହିଁ ବୋଲି ଅଡ଼ି ବସିଥିଲେ। ଆଗାମୀ ଦିନରେ ଚାଷୀଙ୍କୁ ପ୍ରତି ୧୦ଦିନରେ ବକେୟା ଅର୍ଥ ଦିଆଯିବା ସହ ଚାଷୀଙ୍କ ଔଷଧ ବକେୟା ଟଙ୍କା ୧ ସପ୍ତାହ ମଧ୍ୟରେ ପ୍ରଦାନ କରାଯିବ ବୋଲି ମିଶ୍ର ପ୍ରତିଶ୍ରୁତି ଦେବାପରେ ଚାଷୀମାନେ ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri