Posted inଫୁରସତ

ଦୁନିଆର ଭୟଙ୍କର ଗୁମ୍ଫା: ବୁଲିବା ପାଇଁ ପର୍ଯ୍ୟଟକଙ୍କୁ କିଣିବାକୁ ପଡ଼େ ୨ ଲକ୍ଷ ଟଙ୍କାର ଟିକଟ

ଦୁନିଆର ଭୟଙ୍କର ଗୁମ୍ଫା ବୁଲିବା ପାଇଁ ପର୍ଯ୍ୟଟକଙ୍କୁ ୨ ଲକ୍ଷ ଟଙ୍କାର ଟିକଟ କିଣିବାକୁ ପଡ଼େ। ଏହା ଶୁଣିଲେ ହୁଏତ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ। ଭିଏତ୍‌ନାମ୍‌ରେ ରହିଛି ଏପରି ଏକ ଗୁମ୍ଫା। ଏହାର ଲମ୍ବ ୯ କିମି, ଚୌଡ଼ା ୨ ଶହ ମିଟର ଏବଂ ଉଚ୍ଚତା ୧୫୦ ମିଟର। ଏହା ମଧ୍ୟରେ ଜଙ୍ଗଲଠାରୁ ଆରମ୍ଭ କରି ନଦୀ ପର୍ଯ୍ୟନ୍ତ ସବୁ ରହିଛି। ଏଠାରେ ଥିବା ଜଳ ପ୍ରପାତର ଶବ୍ଦ ଗୁମ୍ଫାର କାନ୍ଥରେ ପ୍ରତିଫଳିତ ହୋଇ ଭୟଙ୍କର ପ୍ରତିଧ୍ୱନୀ ସୃଷ୍ଟି କରିଥାଏ। ୧୯୯୧ରେ ଜଣେ ସ୍ଥାନୀୟ ବାସିନ୍ଦା ହୋ ଖାନମଙ୍କ ଏହି ଗୁମ୍ଫା ସମ୍ପର୍କରେ ପ୍ରଥମେ ସୂଚନା ଦେଇଥିଲେ। ପରବର୍ତ୍ତୀ ସମୟରେ ଗୁମ୍ଫାର ନାମକରଣ ହେଙ୍ଗ୍‌ ସୋନ୍‌ ଡୁଙ୍ଗ୍‌ ଭାବେ କରାଯାଇଥିଲା। ୨୦୧୩ରେ ଗୁମ୍ଫାକୁ ପର୍ଯ୍ୟଟକଙ୍କ ପାଇଁ ଖୋଲା ଯାଇଥିଲା। ପ୍ରତିବର୍ଷ ୨ରୁ ୩ ଶହ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ଏହା ପୂର୍ବରୁ ପର୍ଯ୍ୟଟକଙ୍କୁ ୧୦ କିମି ପାଦରେ ଚାଲିବା, ପାହାଡ଼ରେ ଚଢ଼ିବା ଆଦି ସମ୍ପର୍କରେ ତାଲିମ ଦିଆଯାଇଥାଏ। ଅଗଷ୍ଟ ମାସ ପୂର୍ବରୁ ଏଠାକୁ ପର୍ଯ୍ୟଟକଙ୍କୁ ଆସିବାକୁ ଅନୁମତି ମିଳିଥାଏ। ଏହାପରେ ଗୁମ୍ଫାରେ ପ୍ରବାହିତ ନଦୀର ଜଳସ୍ତର ବୃଦ୍ଧି ପାଇବାରୁ ଏହା ମଧ୍ୟରେ ପ୍ରବେଶ କରିବା ଅସମ୍ଭବ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri