ଦୁବାଇରୁ ଫେରିଲେ ୧୫୧ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଗୁରୁବାର ରାତିରେ ଦୁବାଇରୁ ପ୍ରବାସୀ ଓଡ଼ିଆଙ୍କୁ ଆଣି ଏକ ଅନ୍ତର୍ଜାତୀୟ ବିମାନ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛି। ବିମାନରେ ମୋଟ ୧୫୧ ଜଣ ଯାତ୍ରୀ ଆସିଥିବାବେଳେ ସେମାନଙ୍କ ମଧ୍ୟରୁ ୧୪୯ ଜଣ ବୟସ୍କ ଏବଂ ୨ ଜଣ ବର୍ଷକର ଶିଶୁ ଥିବା ଜଣାପଡ଼ିଛି। ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ଭୁବନେଶ୍ୱରରେ ପହଞ୍ଚିଛି। ତେବେ ପୂର୍ବ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ଥରକେ ୨୦ ଜଣ ଯାତ୍ରୀ ବିମାନରୁ ଓହ୍ଲାଇ ପଞ୍ଜୀକରଣ କେନ୍ଦ୍ରକୁ ଆସିଥିଲେ। ପରେ ଟର୍ମିନାଲ ବାହାରେ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ସେମାନଙ୍କ ସ୍କ୍ରିନିଂ କରାଯାଇଥିଲା ଓ ହାତରେ ଅଲିଭା କାଳିରେ ଷ୍ଟାମ୍ପ ଲଗାଯାଇଥିଲା। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଏହି କାର୍ଯ୍ୟ କରାଯାଇଥିବାବେଳେ କରାଯାଇଥିବା ପଞ୍ଜୀକରଣ ଓ ଥର୍ମାଲ ସ୍କ୍ରିନିଂ କେନ୍ଦ୍ରରେ ପ୍ରବାସୀଙ୍କୁ ସାମାଜିକ ଦୂରତ୍ୱ ବଜାୟ ରଖିଥିବା ଦେଖିବାକୁ ମିଳିଥିଲା। ଏଥିସହ ସେମାନଙ୍କ ଗମନାଗମନ ପାଇଁ ସବିଶେଷ ସୁବିଧା କରାଯାଇଥିଲା। ଯାତ୍ରୀମାନେ ବିଳମ୍ବିତ ରାତିରେ ବିମାନବନ୍ଦର ସମ୍ମୁଖରେ ଥିବା କ୍ୟାବ୍‌ ତଥା ନିଜ ଗାଡ଼ି ଓ ମୋ ବସ୍‌ରେ ନିଜ ଗନ୍ତବ୍ୟସ୍ଥଳକୁ ଯାଇଥିଲେ। ଖୋର୍ଦ୍ଧା, କଟକ ଓ ଭୁବନେଶ୍ୱର ଯିବାକୁ ଥିବା କିଛି ଯାତ୍ରୀ ମୋ ବସ୍‌ ଦ୍ୱାରା ଯାଇଥିବା ଜଣାପଡ଼ିଛି। ତେବେ ବିମାନଯାତ୍ରୀଙ୍କ ତଥ୍ୟ ସମ୍ପୃକ୍ତ ଜିଲା ଓ ଗଁାକୁ ଜଣାଇ ଦିଆଯାଇଛି। ପ୍ରବାସୀମାନେ ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚିବା ପୂର୍ବରୁ କିପରି କ୍ୱାରାଣ୍ଟାଇନ୍‌ରେ ରହିବେ ସେନେଇ ଉଲ୍ଲେଖ କରିଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri