ଦୁର୍ଗନ୍ଧରେ ଫାଟୁଛି ଦଣ୍ଡା ରୋଡ୍‌

ଢେଙ୍କାନାଳ ଅଫିସ, ୨୮।୮ – ଢେଙ୍କାନାଳ ପୌରାଞ୍ଚଳ ୧୩ନଂ. ଓ୍ବାର୍ଡ ଅଧୀନ ଦଣ୍ଡାରୋଡ୍‌ରେ ଡ୍ରେନେଜ୍‌ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଅଣ ଓସାରିଆ ପୁରାତନ ପଥର ଡ୍ରେନ୍‌ରେ ନର୍ଦ୍ଦମା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ପୂତିଗନ୍ଧମୟ ପରିବେଶରେ ନାକଫାଟୁଛି। ଏହାର ସମାଧାନ ଦିଗରେ ପଦକ୍ଷେପ ନେବାକୁ ଅଞ୍ଚଳବାସୀଙ୍କ ବାରମ୍ବାର ଦୃଷ୍ଟି ଆକର୍ଷଣ କରିବା ସତ୍ତ୍ୱେ ପୌର କର୍ତ୍ତୃପକ୍ଷ ପଦକ୍ଷେପ ଗ୍ରହଣ କରୁନାହାନ୍ତି। ଏହାର ସ୍ଥାୟୀ ସମାଧାନ କରିବାକୁ ଓ୍ବାର୍ଡବାସୀ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି ।
ଲଗାଣ ବର୍ଷାରେ ୩ନଂ, ୪ନଂ, ୧୧ନଂ ଏବଂ ୧୨ନଂ. ଓ୍ବାର୍ଡରୁ ପାଣି ସ୍ରୋତ ପ୍ରବାହିତ ହୋଇ ଦଣ୍ଡାରୋଡ୍‌ ଡ୍ରେନ୍‌ରେ ମିଶି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ଡ୍ରେନ୍‌ ପାଣି ସହିତ ବିଷଧର ସାପ, କୀଟ ଘରେ ପଶୁଛନ୍ତି। ଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ରୋଗୀ, ଛାତ୍ରୀଛାତ୍ର ଯାତାୟାତରେ କଷ୍ଟ ଭୋଗୁଛନ୍ତି। ବ୍ୟବସାୟୀ, କର୍ମଜୀବୀ କାର୍ଯ୍ୟକ୍ଷେତ୍ରକୁ ଯିବାରେ ନାହିଁ ନ ଥିବା ଦୁର୍ଦ୍ଦଶା ହେଉଛନ୍ତି। ସେହିପରି ଦଣ୍ଡା ସାହି ରାସ୍ତାର ଉତ୍ତର ଦିଗରେ ଥିବା ବସ୍ତିର ଡ୍ରେନ୍‌ ଅଧାପନ୍ତରିଆ ଅବସ୍ଥାରେ ରହିଛି। ସେଠାରେ ମଧ୍ୟ ବର୍ଷାଜଳ ନିଷ୍କାସନ ହୋଇ ନ ପାରି କୃତ୍ରିମ ଜଳାଶୟ ସୃଷ୍ଟି ହୋଇଛି। ଏହି ଦୂଷିତ ଜଳ ଖୋଲା କୂଅରେ ପଶି ପାନୀୟ ଜଳକୁ ପ୍ରଦୂଷିତ କରୁଛି। ପାଇଖାନା ଟାଙ୍କିରେ ପାଣି ପଶୁଥିବାରୁ ସମସ୍ୟା ଅଧିକ ଜଟିଳ ହୋଇପଡୁଛି। ପୁରୁଣା ଘରଗୁଡ଼ିକ ଦବିଯାଉଛି। ହଜାର ହଜାର ଅଞ୍ଚଳବାସୀଙ୍କ ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ଡ୍ରେନେଜ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ଗିରୀଶ ଚନ୍ଦ୍ର ନାଥ, ମୁରଲୀଧର ପଟ୍ଟନାୟକ, ଭରତ ହାତୀ, ପଙ୍କଜ ନାୟକ, ରୁଦ୍ରାନ୍ତ କୁମାର ଦଳେଇ, ଉପେନ୍ଦ୍ରନାଥ ସ୍ବାଇଁ, ସୁନାକର ଲେଙ୍କା, ଜିତେନ୍ଦ୍ର ବରାଳ, ଦୀପୁନା ଜେନା, ବ୍ରହ୍ମାନନ୍ଦ ମହାନ୍ତି ପ୍ରମୁଖ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହାର ନକଲ ଏମ୍‌ପି, ବିଧାୟକ, ପୌରସଂସ୍ଥା ନିର୍ବାହୀ ଅଧିକାରୀଙ୍କୁ ଦିଆଯାଇଛି। ଯୁଦ୍ଧକାଳୀନଭିତ୍ତିରେ ଡ୍ରେନ୍‌ ସମ୍ପ୍ରସାରଣ କରା ନ ଗଲେ ଅଞ୍ଚଳବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri