ଦୁର୍ଗମ ଅଞ୍ଚଳକୁ ରାସ୍ତା କାମ ଶୁଭାରମ୍ଭ

ଖଜୁରିପଡ଼ା,୪ା୧୨-କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ ସୁଡ୍ରୁକୁମ୍ପା ପଞ୍ଚାୟତ ଜାଣମେଣି, କାଳିଆମ୍ବା ଓ ଦୁର୍ଗମ ଅଞ୍ଚଳ ଗ୍ରାମବାସୀଙ୍କ ଦୀର୍ଘବର୍ଷର ଅଭିଯୋଗ ପରେ ରାସ୍ତା କାମ ଆରମ୍ଭ ହୋଇଛି। ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ବର୍ଷେ ତଳେ ଦେଇଥିବା ପ୍ରତିଶ୍ରୁତି ପାଳନ କରିଛନ୍ତି।
ସୁଡ୍ରୁକୁମ୍ପା ପଞ୍ଚାୟତ ଜାଣମେଣି ଓ କାଳିଆମ୍ବା ଗ୍ରାମକୁ ରାସ୍ତା ଥିଲେ ମଧ୍ୟ ଗାଡ଼ି ଓ ସାଇକେଲ ଯିବା କଷ୍ଟକର ହେଉଛି। ପାହାଡ଼ ପର୍ବତ ଘେରା ପାଦଚଲା ରାସ୍ତାକୁ ଭରସା କରି ପର୍ଯ୍ୟନ୍ତ ଲୋକମାନେ ଯିବା ଆସିବା କରି ଚଳୁଥିଲେ। କିନ୍ତୁ ରୋଗରେ ଯେତେବେଳେ ଲୋକମାନେ ପଡ଼ନ୍ତି କିମ୍ବା ମହିଳାମାନେ ପ୍ରସବ ସମୟରେ ଖଟିଆରେ ବୁହା ହୋଇ ଜାତୀୟ ରାଜପଥରେ ପହଞ୍ଚତ୍ଲା ପରେ ସେଠାରୁ କୌଣସି ଯାନବାହନ ଯୋଗେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଯାଇଥାନ୍ତି। ଏପରିକି ଖଟିଆରେ ବୋହି ଅଣାଗଲା ବେଳେ ବାଟରେ ମୃତ୍ୟୁ ହୋଇଥିବା ଅଞ୍ଚଳବାସୀଙ୍କଠାରୁ ଶୁଣିବାକୁ ମିଳେ। ଏପରିକି ସରକାରୀ ଅଫିସ କର୍ମଚାରୀ ହୁଅନ୍ତୁ କିମ୍ବା ରାଜନେତା ସେହି ଅଞ୍ଚଳକୁ ଯିବାକୁ ହେଲେ ଚାଲି ଚାଲି ଯିବାକୁ ପଡ଼େ ବୋଲି କେହି ଯାଇ ନ ଥାନ୍ତି। ଏକ ବର୍ଷ ତଳେ ଉକ୍ତ ଅଞ୍ଚଳକୁ ବ୍ଲକ ଅଧ୍ୟକ୍ଷ କହଁର ଯାଇ ଗ୍ରାମବାସୀଙ୍କୁ ରାସ୍ତା ନିର୍ମାଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ବର୍ତ୍ତମାନ ରାସ୍ତା ନିର୍ମାଣ ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କରାଇ ନିର୍ମାଣ କାମର ଶୁଭାରମ୍ଭ କରିଛନ୍ତି। ଶୁଭାରମ୍ଭ ଦିନ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱନାଥ ବାରିକ, ଖଜୁରିପଡ଼ା ତହସିଲଦାର ତଥା ଏବିଡିଓ ମନୋଜ କୁମାର ପାଢ଼ୀ, ସହକାରୀ ଯନ୍ତ୍ରୀ ରମେଶ ଚନ୍ଦ୍ର ସାହୁ, କନିଷ୍ଠ ଯନ୍ତ୍ରୀ ବିଜୟ କୁମାର ପାତ୍ର, ରାଜସ୍ବ ନିରୀକ୍ଷକ ସୁନିଲ କୁମାର ଦିଗାଲ, ବିକ୍ରମ ପ୍ରଧାନ, କିଷିରି ଝାଙ୍କର, ବନପାଳ ମହେନ୍ଦ୍ର ବିଶ୍ୱାଳ, ଜିଲା ପରିଷଦ ସଭ୍ୟା ଅନୁରାଧା ସାହୁ, ସରପଞ୍ଚ ସୁନିତା ଜାନୀଙ୍କ ମିଳିତ ସହଯୋଗରେ ରାସ୍ତା ନିର୍ମାଣ କାର୍ଯ୍ୟର ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri