ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ଦୁଃଖ ଆଣିଛି କରୋନା: ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇ ବିତୁଛି ଜୀବନ

ଦାରିଙ୍ଗବାଡ଼ି,୨୮।୩(ଡି.ଏନ୍‌.ଏ.)- କରୋନା ପାଇଁ ଚାରିଆଡେ ଖଁା ଖଁା। ସହର ହେଉକି ଗାଁ ପ୍ରାୟ ଖୁଚୁରା ଦୋକାନରୁ ଲୋକେ ଧାର୍ଯ୍ୟ ସମୟ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଗ୍ରହ କରୁଥିବାବେଳେ କେତେକଲୋକ ଦୀର୍ଘଦିନ ପାଇଁ ରାଶନ ସାମଗ୍ରୀ ସହ ପନିପରିବା ଆଦି ଗଚ୍ଛିତକରି ରଖିଛନ୍ତି। ହେଲେ ଦୁର୍ଗମ ଗ୍ରାମବାସୀଙ୍କ କଥା ସମ୍ପୂର୍ଣ୍ଣ ଅଲଗା। କେତେକ ଦିନ ମଜୁରିଆ ଓ ଗରିବ ଲୋକ ଅର୍ଥ ଅଭାବରୁ ଅତ୍ୟାବଶ୍ୟକ ସାମଗ୍ରୀ କିଣି ନ ପାରି ଜଙ୍ଗଲରୁ ସଂଗ୍ରହ ବିଭିନ୍ନ ଫଳମୁଳ ଖାଇ ଜୀବନ ବିତାଉଛନ୍ତି। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ପଞ୍ଚାୟତରେ ରହିଥିବା ଅପହଞ୍ଚ ଗ୍ରାମରେ। ଯେଉଁଠିକି ବସ୍‌ ଚଳାଚଳ ନାହିଁ କେବଳ ପାଦରେ ଚାଲି ଯିବାକୁ ପଡେ। ସେମାନେ ଏବେ ପଣସକୁ ତରକାରୀ କରିବା ସହ ତେନ୍ତୁଳି ନବିକି ଆଚାର କରି ପଖାଳ ଖାଉଛନ୍ତି। କେବଳ ସାଧାରଣବଣ୍ଟନ ସାମଗ୍ରୀ ଘରେ ପହଞ୍ଚତ୍ଗଲାପରେ ଆବଶ୍ୟକ ନଥିଲେ ବାହାରକୁ ଯିବାକୁ ପଡ଼ିବନାହିଁ ବୋଲି କହିଛନ୍ତି ଡକରବାଡ଼ି ଗ୍ରାମର ଦିଲୀପ ପ୍ରଧାନ, ରାମଦେବ ପ୍ରଧାନ, ଗବାଟବାଡ଼ି ଗ୍ରାମର ନାସା ପ୍ରଧାନ ପ୍ରମୁଖ। ପ୍ରଶାସନର ବ୍ୟାପକ ସଚେତନ ବାର୍ତ୍ତା ଗଁାଗଁାରେ ଆଶାକର୍ମୀଙ୍କ ସମେତ ଅଙ୍ଗନୱାଡ଼ିକର୍ମୀ ପହଞ୍ଚାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri