ଦୁର୍ଗମ ଇଲାକାରେ ନେତା, ପ୍ରଶାସକ

କାମାକ୍ଷାନଗର, ୧୨।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲାର ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଏକୁଲ, ସେକୁଲ, କୋଟ, ପୁଟିପାଳ ଗ୍ରାମରେ ମଙ୍ଗଳବାର ନେତା ଏବଂ ପ୍ରଶାସକ ପହଞ୍ଚତ୍ ଲୋକଙ୍କ ସମସ୍ୟା ବୁଝିଛନ୍ତି। ଅଧିକାରୀ ଏବଂ ଜନପ୍ରତିନିଧିମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ସମସ୍ୟା ସମାଧାନ କରିବା ଲାଗି ପ୍ରତିଶ୍ରୁତି ଦେଇଛନ୍ତି।
କଙ୍କଡ଼ାହାଡ଼ ସଦରଠାରୁ ୨୦ କିମି ଦୂରରେ ଅବସ୍ଥିତ କାନ୍ତୋଲ ପଞ୍ଚାୟତବାସୀଙ୍କ ପାଖରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଭୌଗୋଳିକ ପରିବେଶ ଏବଂ ଘଞ୍ଚ ଜଙ୍ଗଲ ମଧ୍ୟରେ ଅବସ୍ଥିତ ଉକ୍ତ ଗ୍ରାମଗୁଡ଼ିକୁ ଯାତାୟାତ ପାଇଁ ପକ୍କା ରାସ୍ତା ନାହିଁ। ବର୍ଷା ୪ମାସ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଏ। ଲୋକମାନେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଆନ୍ତି। କେବଳ ନିର୍ବାଚନ ଆସିଲେ ଖୋଜାପଡ଼ନ୍ତି ସମ୍ପୃକ୍ତ ଗ୍ରାମବାସୀ। ପ୍ରଶାସନିକ ଅଧିକାରୀଙ୍କ ପାଦ ମଧ୍ୟ କ୍ୱଚିତ ପଡ଼େ ଏଠାରେ। ହେଲେ ମଙ୍ଗଳବାର ଦୃଶ୍ୟ ସାମାନ୍ୟ ନିଆରା ଥିଲା। ପିଡି ଡିଆର୍‌ଡିଏ ନରୋତ୍ତମ ବେହେରାଙ୍କ ନେତୃତ୍ୱରେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ବିଧାୟକ ଡା. ନୃସିଂହ ଚରଣ ସାହୁ, ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ପାଦରେ ଚାଲିଚାଲି ଗଁାରେ ପହଞ୍ଚତ୍ଥିଲେ। ଅଞ୍ଚଳକୁ ସବୁଦିନିଆ ରାସ୍ତା ନ ଥିବା ଏବଂ ବିଦ୍ୟୁତ୍‌ ସଂଯୋଗ ହୋଇପାରୁ ନ ଥିବାରୁ ବିକାଶ ଅଟକିଛି। ଏହାର ସମାଧାନ ହେଲେ ଅଞ୍ଚଳବାସୀ ଉପକୃତ ହୋଇପାରନ୍ତେ। ପର୍ଯ୍ୟାୟକ୍ରମେ ଅନ୍ୟ ସମସ୍ୟାର ସମାଧାନ ହୋଇପାରନ୍ତା ବୋଲି ଗ୍ରାମବାସୀ କହିଥିଲେ। ଏହାର ସମାଧାନ ଲାଗି ମନ୍ତ୍ରୀ ଏବଂ ବିଧାୟକ ପ୍ରତିଶ୍ରୁତି ଦେଇଛନ୍ତି। ଦୀର୍ଘଦିନ ପରେ ଅଞ୍ଚଳରେ ମନ୍ତ୍ରୀ, ବିଧାୟକ ଏବଂ ପଦସ୍ଥ ଅଧିକାରୀଙ୍କ ପାଦ ପଡ଼ିଥିବାରୁ ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।
କଙ୍କଡ଼ାହାଡ଼ ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ସାହୁ, ଉପଜିଲାପାଳ ଇଂ. ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ଡିଏଫ୍‌ଓ ବିମଳ ପ୍ରସନ୍ନ ଆଚାର୍ଯ୍ୟ, ନିର୍ବାହୀ ଯନ୍ତ୍ରୀ ଶରତ ଚନ୍ଦ୍ର ଶତପଥୀ, ଇଂ. ମନୋରଞ୍ଜନ ବିଶ୍ବାଳ, ସୁରେନ୍ଦ୍ର ବେହେରା, ଡିଇଓ ନିବେଦିତା ପାଣି, ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା, ମଙ୍ଗଳ ଅଧିକାରୀ ମାନସ ମିଶ୍ର, ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ରାଜସ୍ବ ଅଧିକାରିଣୀ ଦୀପ୍ତିମୟୀ ବେହେରା, ସହକାରୀ କୃଷି ନିର୍ଦ୍ଦେଶକ ଛବୀନ୍ଦ୍ର ବେହେରା, ସହକାରୀ ଉଦ୍ୟାନ ବିଭାଗ ନିର୍ଦ୍ଦେଶକ ଭଗବାନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri