ଦୁର୍ଗାପୂଜା ଭିଡ଼ରେ ମାତିଲେ ଲୁଟେରା

ଭୁବନେଶ୍ୱର,୭।୧୦(ବ୍ୟୁରୋ): ଚଳିତ ବର୍ଷ ଦୁର୍ଗାପୂଜା ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ସିସିଟିଭି ସହ ବ୍ୟାପକ ପୋଲିସ ଫୋର୍ସ ଓ ଏସ୍‌ପିଓ ବ୍ୟବସ୍ଥା ହୋଇଛି। ଏହାସତ୍ତ୍ୱେ ଲୁଟେରାମାନେ ଉତ୍ପାତ କରୁଛନ୍ତି। ବିଭିନ୍ନ ସ୍ଥାନରୁ ୧୦ ସୁନାଚେନ ଓ ୧୫ରୁ ଊର୍ଦ୍ଧ୍ୱ ମୋବାଇଲ୍‌ ଫୋନ୍‌ ଲୁଟି ନେଇଥିବା ଅଭିଯୋଗ ହୋଇଛି।
ମିଳିଥିବା ସୂଚନାନୁସାରେ, ନୟାପଲ୍ଲୀ ବେହେରା ସାହି ଅଞ୍ଚଳର ଅଞ୍ଜୁଲତା ରାୟ ଲୁଟ୍‌ର ଶିକାର ହୋଇଛନ୍ତି। ସେ ପୂଜାମଣ୍ଡପ ପରିସରରେ ମା’ଙ୍କୁ ଦର୍ଶନ ପାଇଁ ଧାଡ଼ିରେ ଠିଆ ହୋଇଥିବାବେଳେ ତାଙ୍କ ବେକରୁ ଦେଢ ଭରି ଓଜନର ସୁନା ଚେନକୁ କେହି ଲୁଟି ନେଇଥିଲେ। ପୋଲିସ ପୂଜାମଣ୍ଡପରେ ଲାଗିଥିବା ସିସିଟିଭି ଫୁଟଜକୁ ଆଧାର କରି ଘଟଣାର ତଦନ୍ତ କରୁଛି। ଲକ୍ଷ୍ମୀସାଗର ଏବଂ ଖଣ୍ଡଗିରି ଅଞ୍ଚଳର ଦୁଇଜଣ ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ ଓ ମୋବାଇଲ ଫୋନ୍‌ ଲୁଟ ହୋଇଛି। ପଳାଶୁଣୀ ପୂଜାମଣ୍ଡପରେ ଦର୍ଶନ କରୁଥିବାବେଳେ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଖଣ୍ଡଗିରି ଥାନାଞ୍ଚଳରେ ମଧ୍ୟ ଜଣେ ଯୁବକଙ୍କଠାରୁ ପର୍ସ ଓ ମୋବଇଲ ଫୋନ୍‌ ଲୁଟ ହେବା ନେଇ ଅଭିଯୋଗ ହୋଇଛି। ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ୩ଜଣ ମହିଳାଙ୍କର ଭ୍ୟାନିଟି ଓ ମୋବାଇଲ ଫୋନ୍‌ ଲୁଟି ନେଉଥିବା ଜଣେ ଲୁଟେରାଙ୍କୁ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି। ସେହିଭଳି ନୟାପଲ୍ଲୀ ଓ ମଞ୍ଚେଶ୍ୱର ଥାନା ପୋଲିସ ଲୁଟ୍‌ ଘଟଣାରେ କେତେଜଣ ମହିଳା ଓ ଯୁବକଙ୍କୁ ଧରି ପଚରାଉଚରା କରୁଛି। ତେବେ ଆହୁରି ଏପରି ଅନେକ ଲୁଟ୍‌ ଘଟଣା ଘଟିଥିଲେ ମଧ୍ୟ ଥାନାରେ ଅଭିଯୋଗ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri