ଦୁର୍ଗାମାଧବ ନାଏକ ଫାଓ ମୁଖ୍ୟ ରେଫରି

ସୁନ୍ଦରଗଡ, ୧୭।୪ (ଡି.ଏନ୍‌.ଏ.) ଫୁଟବଲ ଆସୋସିଏସନ ଅଫ୍‌ ଓଡିଶା (ଫାଓ) ତରଫରୁ ଜାତୀୟ ରେଫରୀ ଦୁର୍ଗାମାଧବ ନାଏକଙ୍କୁ ଓଡିଶାର ରେଫର ମୁଖ୍ୟ (ହେଡ ଅଫ୍‌ ରେଫରୀ) ଭାବେ ନିଯୁକ୍ତ କରାଯାଇଛି। ୧୯୯୮ରେ ସେ ରାଜ୍ୟସ୍ତରୀୟ ରେଫରି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ୨୦୦୮ରେ ଜାତୀୟ ରେଫରି ହୋଇଥିଲେ। ସେ ସର୍ବଭାରତୀୟ ଫୁଟବଲ ମହାସଂଘର ସର୍ବଶ୍ରେଷ୍ଠ ଆଇଲିଗ ମ୍ୟାଚ୍‌ର ୧୦୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଓଡିଶାର ପ୍ରଥମ ରେଫରି ଭାବେ ସୁପରିଚାଳନା କରିଛନ୍ତି। ଏହାସହ ଏଆଇଏଫ୍‌ଏଫ୍‌ର ମର୍ଯ୍ୟାଦାପୂର୍ଣ୍ଣ ଫେଡେରେସନ କପ୍‌, ସନ୍ତୋଷ ଟ୍ରଫି, ଆଇଏଫ୍‌ଏ ସିଲଡ୍‌ ଭଳି ଅନେକ ମ୍ୟାଚ ପରିଚାଳନା କରଛନ୍ତି। ୨୦୧୯ରୁ ସେ ସର୍ବଭାରତୀୟ ଫୁଟବଲ ମହାସଂଘର ରେଫରି ଇନଷ୍ଟ୍ରକ୍ଟର ତଥା ଆସେସର ଭାବରେ କାର୍ଯ୍ୟ କରି ଆସୁଛନ୍ତି। ତାଙ୍କ ଅଭିଜ୍ଞତା ଦୃଷ୍ଟିରୁ ଫାଓ ଓଡିଶା ରେଫରିମାନଙ୍କର ବିକାଶ ନିମନ୍ତେ ହେଡ୍‌ ଅଫ ଦ ରେଫର ଭାବରେ ନିଯୁକ୍ତ କରାଯାଇଛି। ସୂଚନାଯୋଗ୍ୟ, ସେ ସୁନ୍ଦରଗଡ ଜିଲା ସଦର ବ୍ଲକସ୍ଥିତ ମସ୍ନିକାନିର ଅବସରପ୍ରାପ୍ତ ଶିକ୍ଷକ ରବିରତ୍ନ ନାଏକ ଓ ଚନ୍ଦ୍ରକାନ୍ତି ନାଏକଙ୍କ ପୁଅ। ଏବେ ସେ ସଦର ବ୍ଲକ କୋପସିଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବରେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?