ଦୁର୍ଘଟଣା: ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରାକ୍ଟର

ଦିଗପହଣ୍ଡି,୧୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟ ତିନିଆମ୍ବ ଛକରେ ବୁଧବାର ସକାଳ ପ୍ରାୟ ସାଢେ ୮ଟାରେ ସ୍କୁଲ ମିନି ବସ୍‌କୁ ଏକ ପଥର ଚିପ୍ସ ବୋଝେଇ ଟ୍ରାକ୍ଟର ଧକ୍କା ଦେଇଛି। ଫଳରେ ସିଦ୍ଧେଶ୍ୱର ଗ୍ରାମର ବସ୍‌ ଚାଳକ ସମୀର ରଣା (୨୫) ଗୁରୁତର ଆହତ ହୋଇଛନ୍ତି। ସ୍କୁଲ ମିନି ବସ୍‌ରେ ଥିବା ସମସ୍ତ ଛାତ୍ରୀଛାତ୍ର ସୁରକ୍ଷିତ ଥିବା ଜଣାପଡିଛି। ସକାଳେ ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ ସ୍କୁଲ ବସ୍‌ ନଂ.( ଓଆର୦୭ କ୍ୟୁ – ୪୮୦୫)ଗୋକର୍ଣ୍ଣପୁରରୁ ଛାତ୍ରୀଛାତ୍ରଙ୍କୁ ନେଇ କେଦାରପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ପଥର ଚିପ୍ସ ବୋଝେଇ ଟ୍ରାକ୍ଟର ନଂ.(ଓଡି ୦୭ ଜେ -୯୦୩୦) ଦ୍ରୁତଗତିରେ ଆସି ବସ୍‌କୁ ଧକ୍କା ଦେଇଥିଲା। ବସ୍‌ର ସାମ୍ନାଭାଗ ଭାଙ୍ଗି ରୁଜି ଯାଇଛି। ଚାଳକ ସମୀର ଡ୍ରାଇଭର ସିଟରେ ଚାପି ହୋଇ ରହିଥିଲେ। ଖବରପାଇ ଦିଗପହଣ୍ଡି ଅଗ୍ନିଶମ ବାହିନୀ ଓ ପୋଲିସ ଟିମ ଘଟଣାସ୍ଥଳରେ ପହଞ୍ଚି ଉପସ୍ଥିତ ଲୋକଙ୍କ ସହାୟତାରେ ଚାଳକ ସମୀରଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପୋଲିସ ଉଭୟ ଦୁର୍ଘଟଣାଗସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି। ଖବର ପାଇ ବହୁ ସଂଖ୍ୟକ ଅଭିଭାବକ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କ ଶିଶୁମାନଙ୍କୁ ଘରକୁ ନେଇଥିବା ଜଣାପଡିଛି।ଦୁର୍ଘଟଣାରେ କୌଣସି ଛାତ୍ରୀଛାତ୍ର ଆହାତ ହୋଇନଥିବା ସ୍କୁଲ କର୍ତ୍ତୃପକ୍ଷ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri