ଦୁର୍ଘଟଣା ପୂର୍ବରୁ ୩ ଥର ଝଟକା ଦେଇଥିଲା ବିମାନ

କରାଚୀ/ଇସ୍‌ଲାମାବାଦ, ୨୪।୫(ପି.ଟି.): ପାକିସ୍ତାନର କରାଚୀଠାରେ ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବିମାନର ୯୯ ଯାତ୍ରୀଙ୍କ ମଧ୍ୟରୁ ୯୭ ଜଣ ପ୍ରାଣ ହରାଇଥିବାବେଳେ ଆଶ୍ଚର୍ଯ୍ୟଜନକ ଭାବେ ୨ ଜଣ ବଞ୍ଚତ୍ୟାଇଛନ୍ତି। ଜିନ୍ନା ଅନ୍ତର୍ଜାତୀୟ ବିମାନବନ୍ଦର ନିକଟବର୍ତ୍ତୀ ଏକ ଘନ ଜନବସତି ଅଞ୍ଚଳରେ ବିମାନଟି ଖସିପଡ଼ିବା ସହ ଜଳିଯାଇଥିଲା। ଏହି ଦୁର୍ଘଟଣାରେ ସ୍ଥାନୀୟ ଅଞ୍ଚଳର ୧୧ ଜଣ ଆହତ ହୋଇଛନ୍ତି। ୯୭ଟି ମୃତଦେହ ମିଳିବା ସହ ୨ ଜଣଙ୍କୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିବା ପାକ୍‌ ସେନା ପକ୍ଷରୁ କୁହାଯାଇଛି। ୨୫ଟି ଘର କ୍ଷତିଗ୍ରସ୍ତ ହୋଇଛି।
ତିନିଥର ଝଟକା ଦେବାରୁ ପାଇଲଟ ଦକ୍ଷତାର ସହିତ ବିମାନକୁ ଉପରକୁ ଉଠାଇଥିଲେ। ଉପରେ ୧୦ରୁ ୧୫ ମିନିଟ ଉଡ଼ିବା ପରେ ପାଇଲଟ ଅବତରଣ ସମ୍ପର୍କରେ ପୁଣିଥରେ ଘୋଷଣା କରିଥିଲେ। ଏହାର ମୁହୂର୍ତ୍ତକ ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବୋଲି ଯାତ୍ରୀ ମୁହମ୍ମଦ ଜୁବୈର କହିଛନ୍ତି। ଦୁର୍ଘଟଣାରେ ପୋଡ଼ିଯାଇଥିବା ଜୁବୈର କରାଚୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ଦୁର୍ଘଟଣାରୁ ବର୍ତ୍ତିଥିବା ଅନ୍ୟ ଯାତ୍ରୀ ଜଣକ ହେଲେ ବ୍ୟାଙ୍କ ଅଫ୍‌ ପଞ୍ଜାବର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜଫର ମାସୁଦ। ତାଙ୍କର ଅଣ୍ଟା ଓ କଲାର ହାଡ଼ ଭାଙ୍ଗିଯାଇଛି। ସେ ଦାରୁଲ ସେହାତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ସୂଚନା ଅନୁଯାୟୀ ଦୁର୍ଘଟଣାଗ୍ରସ୍ତ ଏୟାରବସ୍‌ ଏ-୩୨୦ ୨ ମାସ ପୂର୍ବରୁ ଯାଞ୍ଚ ହୋଇଥିଲା। ଦୁର୍ଘଟଣାର ଦିନକ ପୂର୍ବରୁ ଏହା ମୁସ୍‌କାଟରୁ ଲାହୋର ଫେରିଥିଲା। ବିମାନ ଇଞ୍ଜିନ, ଲ୍ୟାଣ୍ଡିଂ ଗିଅର ଓ ପ୍ରମୁଖ ସିଷ୍ଟମରେ କୌଣସି ତ୍ରୁଟି ନ ଥିଲା ବୋଲି ଏୟାରଲାଇନ୍ସ ପକ୍ଷରୁ କୁହାଯାଇଛି। ମାର୍ଚ୍ଚ ୨୧ରେ ବିମାନକୁ ଯାଞ୍ଚ କରାଯାଇ ଏହା ନଭେମ୍ବର ୫ ପର୍ଯ୍ୟନ୍ତ ଉଡ଼ାଣ ଲାଗି ଉପଯୁକ୍ତ ବୋଲି ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ (ସିଏଏ) ପକ୍ଷରୁ ଘୋଷଣା କରାଯାଇଥିଲା। ବିମାନର ବ୍ଲାକ୍‌ବକ୍ସ ଉଦ୍ଧାର ହେବା ସହ ଦୁର୍ଘଟଣାର କାରଣ ସମ୍ପର୍କରେ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri