ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ

ଯୋଡ଼ା,୨୫ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ପୌରପାଳିକାର ୫ କର୍ମଚାରୀ ବାଲେଶ୍ୱରରେ ଏକ ସଭା କାର୍ଯ୍ୟକ୍ରମରେ ଯୋଗଦେଇ ବୋଲେରୋ (ନଂ. ଓଆର୦୯ଏଲ- ୧୫୨୨) ଯୋଗେ ଯୋଡ଼ା ଅଭିମୁଖେ ଫେରୁଥିଲେ। ରାତି ପ୍ରାୟ ୧୨.୧୫ ମି. ସମୟରେ ବୋଲେରୋଟି ଏକ ଟ୍ରକ ପଛରେ ଧକ୍କା ଦେଇଥିଲା ା ଫଳରେ ସେଥିରେ ବସିଥିବା ପୌରପାଳିକାର ପରିମଳ ଅଧିକାରୀ ରାଜେନ୍ଦ୍ର କୁମାର ମିଶ୍ର, କନିଷ୍ଠ ଯନ୍ତ୍ରୀ ଭାଗବତ ନାଏକ, ଡାଟା ଅପରେଟର ଆଶିଷ ମହାନ୍ତି, ସହକାରୀ ଯନ୍ତ୍ରୀ ଭକ୍ତବନ୍ଧୁ ମହାନ୍ତ, କଳାକର ସାହା ଆହତ ହୋଇଥିଲେ। ପରିମଳ ଅଧିକାରୀ ମିଶ୍ର ଗୁରୁତର ଆହତ ହୋଇଥିବାବେଳେ ସମସ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଯୋଡ଼ା ଟାଟାଷ୍ଟିଲ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୋଲିସ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଥିବା ବିଲେଇପଦା ଫାଣ୍ଡି ଅଧିକାରୀ ରଞ୍ଜନ କୁମାର ବିଶ୍ୱାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri