ଦୁର୍ଘଟଣାରୁ ବର୍ତ୍ତିଲା ବସ୍‌, ୫୦ ପର୍ଯ୍ୟଟକ ସୁରକ୍ଷିତ

ଦାରିଙ୍ଗବାଡ଼ି/ ସୋରଡା, ୫।୨(ଡି.ଏନ.ଏ.) -କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ୯ ନଂ.ଘାଟି ବୁଲାଣୀ ରାସ୍ତାରେ ବୁଧବାର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଛି ଏକ ଘରୋଇ ବସ୍‌। ୫୦ପର୍ଯ୍ୟଟକଙ୍କୁ ନେଇ ଏହି ବସ୍‌ ଦାରିଙ୍ଗବାଡିରୁ ଭୁବନେଶ୍ୱର ଫେରୁଥିଲା। ସୂଚନାପ୍ରକାରେ, ଭୁବନେଶ୍ୱରରୁ ଏକ ଘରୋଇ ବସ୍‌ ନଂ(ଓଡି୦୨-ବିଜି-୪୪୧୧) ନେଇ ପ୍ରାୟ ୫୦ ଜଣ ଯାତ୍ରୀ ଦାରିଙ୍ଗବାଡ଼ିକୁ ବୁଲିବାକୁ ବୁଧବାର ଆସିଥିଲେ। ବୁଲାବୁଲି କରି ସନ୍ଧ୍ୟାରେ ଭୁବନେଶ୍ୱର ଫେରୁଥିଲେ। ଦାରିଙ୍ଗବାଡ଼ିରୁ ପ୍ରାୟ ୧୭ କି.ମି. ଯିବା ପରେ ଗାଜଲବାଡ଼ି ଘାଟିର ୯ ନଂ ବୁଲାଣୀରେ ଚାଳକ ବସ୍‌ଟିକୁ ବୁଲାଇ ପାରି ନ ଥିଲେ। ଫଳରେ ଗାଡ଼ିଟି ଘାଟି ତଳକୁ ଖସିବା ସହ ଅଧା ରାସ୍ତା ଉପରେ ସମ୍ମୁଖ ଭାଗ ଝୁଲି ରହିଯାଇଥିଲା। ଏଥିରେ କେତେକ ପର୍ଯ୍ୟଟକ ସାମନ୍ୟ ଆହତ ହୋଇଥିଲେ। ଖବର ପାଇ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ଏବଂ ସୋରଡ଼ା ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ପର୍ଯ୍ୟଟକଙ୍କୁ ଉଦ୍ଧାର କରିଥିଲେ। ସୋରଡ଼ା ଆଇଆଇସି ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିବାରେ ସହଯୋଗ କରିଥିଲେ। ସୂଚନାଯୋଗ୍ୟ, ରବିବାର ମଧ୍ୟ ଏକ ଟ୍ରକ୍‌ ଗାର୍ଡ଼ ୱାଲ ନ ଥିବାରୁ ଘାଟି ତଳକୁ ଖସିବାରୁ ଅଳ୍ପକେ ରକ୍ଷା ପାଇଥିଲା। ଗାର୍ଡ଼ ୱାଲ୍‌ ନିର୍ମାଣରେ ବିଳମ୍ବ ଯୋଗୁ ଉକ୍ତ ଘାଟିରାସ୍ତାରେ ଦୁର୍ଘଟଣା ବଢୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଶସ୍ତା ହେବା ଆଶାକୁ ଶକ୍ତ ଧକ୍କା: ଇରାନ ଉପରେ ଆମେରିକାର ବୋମା ବର୍ଷଣ, ଅଶୋଧିତ ତୈଳ ଦରରେ ନିଆଁ

ନୂଆଦିଲ୍ଲୀ, ୮।୭: ଆମେରିକା ପକ୍ଷରୁ ଇରାନ ଉପରେ ହୋଇଥିବା ନୂଆ ସାମରିକ ଆକ୍ରମଣ ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ଦରରେ ବଡ଼ ଧରଣର…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri