Posted inଭଦ୍ରକ

ଦୁର୍ଘଟଣାରେ କୃଷି ଶ୍ରମିକଙ୍କ ଜୀବନ ଗଲା

ଆରଡ଼ି, ୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅନ୍ତର୍ଗତ ଓଳଗ ନିକଟସ୍ଥ ଭଦ୍ରକ-ଆରଡ଼ି ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରକ ଅଟୋକୁ ଧକ୍କା ଦେବାରୁ ଜଣେ କୃଷି ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଆଡୁ ଆସୁଥିବା ଉକ୍ତ ଅଟୋରେ ୩ ଜଣ ମହିଳା ଓ ୩ ପୁରୁଷ ଥିଲେ। ଦୁର୍ଘଟଣାରେ ସେମାନଙ୍କ ମଧ୍ୟରୁ ୨ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ରାତି ପ୍ରାୟ ସାଢ଼େ ୯ଟା ପରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିମାନେ ମୟୂରଭଞ୍ଜ ଠାକୁରପାଟଣା ଅଞ୍ଚଳର। ସେମାନେ ଯାଜପୁର ଜିଲାର ଇଚ୍ଛାପୁରକୁ ଧାନ କାଟିବା ପାଇଁ ଆସୁଥିଲେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri