Posted inଜାତୀୟ

ଦୁର୍ଘଟଣାରେ ଗଲା ୨୬ ଜୀବନ

ଚେନ୍ନାଇ,୨୧।୨(ପି.ଟି./ ଆଇଏଏନ୍‌ଏସ୍‌):ତାମିଲନାଡୁରେ ଗୁରୁବାର ଦୁଇଟି ରାସ୍ତା ଦୁର୍ଘଟଣାରେ ୨୬ ଜଣଙ୍କ ମୃତ୍ୟୁ ଘଟିଛି। ତିରୁପୁର ଜିଲା ଅନ୍ତର୍ଗତ ଅବିନାଶୀ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ ମହିଳା ଅଛନ୍ତି। ଟାଇଲ୍‌ ନେଇ ଆସୁଥିବା ଏକ ଟ୍ରକ୍‌ର ଆଗଚକ ଫାଟିଯିବାରୁ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ। ଫଳରେ ଟ୍ରକ୍‌ଟି ବେଙ୍ଗାଲୁରୁରୁ ଏର୍ନାକୁଲମ୍‌ ଯାଉଥିବା କେରଳ ରାଜ୍ୟ ସଡ଼କ ପରିବହନ ନିଗମର ଏକ ବସ୍‌କୁ ମୁହାଁମୁହିଁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ଲୋକଙ୍କୁ ଉଦ୍ଧାର କରିଥିଲେ। ଆହତମାନଙ୍କୁ ତିରୁପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ଗୁରୁତରଙ୍କୁ କୋଏମ୍ବାଟୁର ସ୍ଥାନାନ୍ତର କରାଯାଇଛି।
ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ବାମୀ ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକବ୍ୟକ୍ତ କରିବା ସହ ଆହତ ୨୩ ଯାତ୍ରୀଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟର ଯୋଗେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି ଓ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଶୋକବ୍ୟକ୍ତ କରିବା ସହ ଦୁଇଜଣ ମନ୍ତ୍ରୀଙ୍କୁ ରିଲିଫ କାର୍ଯ୍ୟରେ ସହାୟତା ପାଇଁ ତାମିଲନାଡୁ ପଠାଇଛନ୍ତି। ତିରୁପୁର ଜିଲା ପ୍ରଶାସନ ସହ କେରଳ ସରକାର ନିୟମିତ ଯୋଗାଯୋଗରେ ଅଛନ୍ତି।
ତାମିଲନାଡୁର ସାଲେମ ଜିଲାରେ ଅନ୍ୟ ଏକ ଦୁର୍ଘଟଣାରେ ୬ ଜଣ ନେପାଳୀ ପର୍ଯ୍ୟଟକଙ୍କ ମୃତ୍ୟୁ ହେବା ସହ ୨୪ ଆହତ ହୋଇଛନ୍ତି। କନ୍ୟାକୁମାରୀରୁ ରାଜସ୍ଥାନ ଯାଉଥିବା ସେମାନଙ୍କ ଭ୍ୟାନ୍‌ ଏକ ବସ୍‌କୁ ଧକ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri