ଦୁର୍ଘଟଣାରେ ଗୁରୁତରଙ୍କୁ ସହାୟତାର ହାତ ବଢ଼ାଇଥିବା ଯୁବକଙ୍କୁ ସମ୍ବର୍ଦ୍ଧିତ କଲା ପାଟଣାଗଡ଼ ପୋଲିସ

ପାଟଣାଗଡ଼,୨୦।୩ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ଦ୍ୱାରା ନିଃସ୍ବାର୍ଥପର ସେବା ପାଇଁ ଶୁକ୍ରବାର ଜଣେ ଯୁବକଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ହେଉଥିବା ଭଲ ମଣିଷ କାର୍ଯ୍ୟକ୍ରମ (ଗୁଡ୍‌ ସମରିଟାନ) ମାଧ୍ୟମରେ ସମ୍ମାନିତ କରାଯାଇଛି। ଯୁବକ ଜଣକ ହେଲେ ବାଙ୍କିବାହାଲ ଗ୍ରାମର ସୁଦୀପ୍ତ ରଞ୍ଜନ ସୁଆର।
ଗତ ଜାନୁୟାରୀ ୨୯ରେ ପାଟଣାଗଡ଼ ଥାନା ଅନ୍ତର୍ଗତ ବାଙ୍କିବାହାଲ ଗ୍ରାମ ଦେଦର୍ହ ଛକ ନିକଟରେ ଏକ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ନେହେନାବନ୍ଧ ଗ୍ରାମର ପିତ ଛତ୍ରିଆ ଗୁରୁତର ହୋଇଥିଲେ। ଘଟଣାସ୍ଥଳରେ ଅନେକ ଲୋକ ଥିଲେ ମଧ୍ୟ କେସ୍‌ ଏବଂ ସାକ୍ଷ୍ୟ ହେବା ଭୟରେ କେହି ତାଙ୍କୁ ସାହାଯ୍ୟ କରିବାକୁ ଆସ ନ ଥିଲେ। ମାତ୍ର ସୁଦୀପ୍ତ ପହଞ୍ଚି ଗୁରୁତରଙ୍କୁ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ଏବଂ ତାଙ୍କ ଜୀବନ ରକ୍ଷା କରିଥିଲେ। ତେବେ ଏହି ଘଟଣାକୁ ନେଇ ଶୁକ୍ରବାର ସୁଦୀପ୍ତଙ୍କୁ ପାଟଣାଗଡ଼ ପୋଲିସ ଏସ୍‌ଡିପିଓ ସୁରେଶ ଚନ୍ଦ୍ର ନାଏକ ଏବଂ ଥାନାଧିକାରୀ କେ. ପ୍ରିୟଙ୍କା ରାଉତରାୟ ପୁଷ୍ପଗୁଚ୍ଛ ଏବଂ ଉପଢୌକନ ଦେଇ ସମ୍ମାନିତ କରିଥିଲେ। ବର୍ତ୍ତମାନ ସୁପ୍ରିମକୋର୍ଟଙ୍କ ଗାଇଡ୍‌ଲାଇନ ଅନୁସାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଲୋକଙ୍କୁ ସାହାଯ୍ୟ କଲେ ତାଙ୍କ ନାମ ଗୋପନ ରଖିବା ସହିତ ତାଙ୍କୁ ସରକାରଙ୍କ ତରଫରୁ ସମ୍ମାନିତ କରାଯିବ ଏବଂ ତାଙ୍କୁ କୌଣସି ପ୍ରକାର ମକଦ୍ଦମାରେ ସାକ୍ଷୀ ହିସାବରେ ପୋଲିସ ରଖିପାରିବ ନାହିଁ । ଏଣୁ ପାଟଣାଗଡ଼ ପୋଲିସ ପକ୍ଷରୁ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ସାହାଯ୍ୟ କରିବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?