ଦୁର୍ଘଟଣାରେ ନାତୁଣୀ ମୃତ, ଜେଜେଙ୍କ ସହ ଡ୍ରାଇଭର ଗୁରୁତର

ରାୟଗଡ଼ା ଅଫିସ, ୫।୧୨
ରାୟଗଡ଼ା ଜିଲା ଗୁମ୍ମା ପଞ୍ଚାୟତ ପୁଞ୍ଜିପାଇ ଗାଁରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ଦୁର୍ଘଟଣାରେ ନାତୁଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜେଜେ ଓ ଗାଡି ଡ୍ରାଇଭର ଗୁରୁତର ଅଛନ୍ତି। ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକ ହେଲେ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ସନ୍ତୋଷ ନଗରର ଭି.ସରାୟୁ(୧୯)।
ପ୍ରକାଶ ଯେ, ଭି.ସରାୟୁ ତାଙ୍କ ଜେଜେବାପା କ୍ରିଷ୍ଣା ରାଜୁଙ୍କ ସହ ଏକ ଫଙ୍କଶନରେ ଯୋଗଦେବା ପାଇଁ ଇନୋଭା କାର(ଓଡି-୧୦ଏଫ୍‌-୦୦୯୯)ଯୋଗେ ରାୟଗଡ଼ା ଆସୁଥିଲେ। ଗୁମ୍ମା ପଞ୍ଚାୟତ ପୁଞ୍ଜିପାଇ ଗ୍ରାମ ନିକଟସ୍ଥ ବ୍ରିଜ ଉପରୁ ଗାଡିଟି ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସିପଡିଥିଲା। ସରାୟୁ ଡୋର ବାହାରକୁ ଛିଟିକି ପଡିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏଥିରେ ତାଙ୍କ ଜେଜେବାପା ଓ ଗାଡ଼ି ଡ୍ରାଇଭର ଆଦାମ ବାଗ ଗୁରୁତର ହୋଇଥିଲେ। ଦୁର୍ଘଟଣା ସୂଚନା ପାଇ ପୋଲିସ ସେଠାରେ ପହଞ୍ଚତ୍ବା ପରେ ଗୁରୁତରଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲା। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି। ଏ ନେଇ କୁମ୍ଭିପେଟା ଥାନାରେ ୪୧୬/୧୯ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri