Posted inଖେଳ

ଦୁର୍ଘଟଣାରେ ଫ୍ରୁମ୍‌ ଆହତ

ରୋଆନେ (ଫ୍ରାନ୍ସ), ୧୩ା୬ (ଏଏଫ୍‌ପି)- ବିଶିଷ୍ଟ ସାଇକ୍ଲିଷ୍ଟ ଖ୍ରିସ୍‌ ଫ୍ରୁମ୍‌ ବୁଧବାର ବୁଧବାର ଅଭ୍ୟାସ ବେଳେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ଗୋଡ଼, ହାତ, ପିଚା ଓ ପଞ୍ଜରାରେ ଆଘାତ ଲାଗିଛି। ଫଳରେ ସେ ଟୁର୍‌ ଡି ଫ୍ରାନ୍ସ ସାଇକ୍ଲିଂ ପ୍ରତିଯୋଗିତାରୁ ବାହାରିଯାଇଛନ୍ତ ଯେଉଁଥିରେ ସେ ୪ଥର ବିଜେତା ହୋଇସାରିଛନ୍ତି। ୩୪ ବର୍ଷୀୟ ଫ୍ରୁମ୍‌ ଚଳିତବର୍ଷ ୫ମ ଥର ଏଥିରେ ଟାଇଟଲ ଜିତିବା ଲାଗି ଲକ୍ଷ୍ୟ ରଖିଥିଲେ। ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଫ୍ରୁମ୍‌ଙ୍କ ଇନୋସ୍‌ ଟିମ୍‌ ପ୍ରିନ୍ସପାଲ ଡେଭ୍‌ ବ୍ରେସ୍‌ଫୋଲ୍ଡଙ୍କ ସୂଚନା ଅନୁସାରେ ସେଣ୍ଟ୍ରାଲ ଫ୍ରାନ୍ସ ଅନ୍ତର୍ଗତ କ୍ରିଟେରିଅମ୍‌ ଡୁ ଡଫିନ୍‌ଠାରେ ହେବାକୁଥିବା ଚତୁର୍ଥ ଷ୍ଟେଜ୍‌ ପୂର୍ବରୁ ବୁଧବାର ଅଭ୍ୟାସ ବେଳେ ଏହି ଦୁର୍ଘଟଣା ଘଟିଛି। ଫ୍ରୁମ୍‌ ତାଙ୍କ ଡଚ୍‌ ଟିମ୍‌ମେଟ୍‌ ଓଟ୍‌ ପୋଏଲ୍ସ ସହିତ ଏକ ପାହାଡ଼ିଆ ଗଡ଼ାଣିଆ ରାସ୍ତାରେ ଖସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ତାଙ୍କ ସାଇକେଲଟି ସଡ଼କ ପାର୍ଶ୍ୱର ଏକ କାନ୍ଥରେ ଯାଇ ପିଟି ହୋଇଯାଇଥିଲା। ସେତେବେଳେ ସାଇକେଲଟିର ଘଣ୍ଟା ପ୍ରତି ସ୍ପିଡ୍‌ ୬୦ କିଲୋମିଟର ଥିବା ଅନୁମାନ କରାଯାଉଛି। ତାଙ୍କୁ ହେଲିକପ୍ଟର ଯୋଗେ ଏକ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କର ସଫଳ ଅସ୍ତ୍ରୋପଚାର ହୋଇଛି। ଫ୍ରୁମ୍‌ ୬ ମାସ ପରେ କୌଣସି ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଫିଟ୍‌ ହୋଇ ଯାଇଥିବେ ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡକ୍ତରମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

ବନ୍ୟାରେ ୨୪ ଘଣ୍ଟା ଧରି ତାଳ ଗଛରେ ଆଶ୍ରୟ ନେଇଥିଲେ ଚାଷୀ, ତା’ପରେ ଘଟିଲା…

ଧାମନଗର,୩୧ା୭(ସନ୍ତୋଷ କୁମାର ମହାପାତ୍ର):ବିଲକୁ ଯାଇ ବନ୍ୟାରେ ଘରକୁ ଫେରିପାରିଲେନି। ଭୟଙ୍କର ବନ୍ୟାରେ ନିଜ ଜୀବନ ବଞ୍ଚାଇବାକୁ ଯାଇ ୨୪ ଘଣ୍ଟା ଏକ ତାଳଗଛରେ ଆଶ୍ରୟ ନେଇଥିଲେ ଜଣେ…

ଭୋଜଶାଳା ମାମଲା: ଦରଘା ଜମିରେ ନମାଜ ପାଠ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି

ନୂଆଦିଲ୍ଲୀ, ୩୧।୭: ମଧ୍ୟପ୍ରଦେଶର ଧାର ଜିଲାରେ ଅବସ୍ଥିତ ବିବାଦୀୟ ଭୋଜଶାଳା ପରିସର ସଂଲଗ୍ନ ଦରଘା ପରିସରରେ ମୁସଲମାନ ସମ୍ପ୍ରଦାୟକୁ ଶୁକ୍ରବାର ନାମାଜ ପାଠ କରିବାକୁ ସୁପ୍ରିମକୋର୍ଟ ଅନୁମତି…

୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri