ଦୁର୍ଘଟଣାରେ ଭଉଣୀଭାଇଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ୍‌,୧୫।୧୦ : ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଣ୍ଟୁ ବେନିଆ(୨୧)ଓ ତାଙ୍କ ଭଉଣୀ ସଞ୍ଜୁ ବେନିଆ(୧୫)। ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି। ସୂଚନା ଅନୁସାରେ, ସାଲେପାଲିସ୍ଥିତ ଜଗବନ୍ଧୁ ଶିକ୍ଷା ନିକେତନରେ ସଞ୍ଜୁ ଅଧ୍ୟୟନ କରୁଥିବାବେଳେ ଦଶହରା ଛୁଟି ସାରି ନିଜ ଭାଇଙ୍କ ସହ ମୋଟରସାଇକେଲରେ ସ୍କୁଲକୁ ଯାଉଥିଲେ। ରାସ୍ତା ଅତିକ୍ରମ କରିବା ବେଳେ ତୁଷୁରା ପଟୁ ଆସୁଥିବା ଏକ ଚାଉଳ ବୋଝେଇ ଟ୍ରକ ମହିପୁର ଛକ ନିକଟରେ ସେମାନଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ସେମାନେ ଛିଟିକି ହୋଇ ରାସ୍ତା କଡରେ ପଡି ଯାଇଥିଲେ। ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।ଉଭୟଙ୍କ ମୃତ୍ୟୁରେ ସଞ୍ଜୁଙ୍କ ସ୍କୁଲରେ ମଧ୍ୟ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri