ଜଗନ୍ନାଥପ୍ରସାଦ, ୨୭ା୧୨ (ଡି.ଏନ୍.ଏ.) -ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସାମ୍ନାରେ ବୁଧବାର ରାତି ପ୍ରାୟ ୯ଟାରେ ଏକ୍ସଲକୁ ପଛରୁ ଏକ ଅଜଣା ଗାଡି ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ କୁନି ଝିଅର ବାମଗୋଡ଼ଟି ଭାଙ୍ଗି ଯାଇଛି। ମୃତ ମହିଳା ଜଣକ ହେଲେ କାଦୁଆ ଡାଳଖାଇର ଋଷି ନାଇକଙ୍କ ସ୍ତ୍ରୀ ଝୁନୁ କୁମାରୀ ନାଇକ (୨୩)। ଥାନାରେ ଚାଳକ ସନ୍ତୋଷ ସେଠୀ ଦେଇଥିବା ଅଭିଯୋଗ ପ୍ରକାରେ ନଂ.୨୨୧/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ଚାଳକ ସନ୍ତୋଷ ନରେନ୍ଦ୍ରପୁର ସ୍ଥିତ ତାଙ୍କ ଚିକେନ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ଝୁନୁ ତାଙ୍କ ଝିଅଙ୍କୁ ନେଇ ସେଠାରେ ପହଞ୍ଚତ୍ଥିଲେ। ବାପାଙ୍କ ଦେହ ଖରାପ ଥିବା କହି ଝୁନୁ ତାଙ୍କୁ ଛାମୁଣ୍ଡା ଗ୍ରାମରେ ଛାଡିଦେବାକୁ ଅନୁରୋଧ କରିଥିଲେ। ଏନେଇ ସନ୍ତୋଷ ଲୁନାରେ ଝୁନୁ ଓ ତାଙ୍କ ଝିଅଙ୍କୁ ଧରି ନରେନ୍ଦ୍ରପୁର ଗ୍ରାମରୁ ଛାମୁଣ୍ଡା ଯାଉଥିଲେ। ବାଟରେ ଜଗନ୍ନାଥପ୍ରସାଦ କୃଷି ଫାର୍ମ ଠାରେ ପଛପଟୁ ଏକ ଅଜଣା ଚାରିଚକିଆ ଯାନ ଧକ୍କା ଦେଇଥିଲା। ଫଳରେ ୩ ଜଣ ଛିଟିକି ପଡିଥିଲେ। ପିସିଆର୍ ଗାଡି ସେହି ରାସ୍ତା ଦେଇ ଯାଉଥିବାବେଳେ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ଚାଲିଥିବାବେଳେ ଝୁନୁଙ୍କ ମୃତ୍ୟୁ ହୋଇଥିଲା। ଝିଅର ଚିକିତ୍ସା ପାଇଁ ଭଞ୍ଜନଗର ମେଡିକାଲକୁ ନେବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇ ଦିଆଯାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
Archives

