ଦୁର୍ଘଟଣାରେ ଯୁବକ ମୃତ, ବୃଦ୍ଧ ଗୁରୁତର

ବ୍ରହ୍ମପୁର ଅଫିସ,୨୭।୬: ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଜିଲା ପ୍ରଶାସନ ଓ ପୋଲିସ ପକ୍ଷରୁ ଅନେକ କାର୍ଯ୍ୟକ୍ରମ କରାଯାଉଛି। ଏନେଇ ଜନସାଧାରଣଙ୍କୁ ସଚେତନ ମଧ୍ୟ କରାଯାଉଛି। ହେଲେ ଦିନକୁ ଦିନ ଦୁର୍ଘଟଣା ମାମଲା ବୃଦ୍ଧି ହେବାରେ ଲାଗୁଛି। ଯାହାକି ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ଗତ ସପ୍ତାହ ମଧ୍ୟରେ ସହରରେ ପୃଥକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଏକ ଦୁର୍ଘଟଣାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ସ୍ଥାନୀୟ ଅନନ୍ତନଗରର ଗୁରୁଦତ୍ତ ପଣ୍ଡା(୩୨)। ସେହିପରି ଗୁରୁତର ଆହତ ବୃଦ୍ଧ ଗୌତମନଗରର ଭ୍ରମରବର ସାହୁ(୬୭) ବୋଲି ଟ୍ରାଫିକ ପୋଲିସ ପକ୍ଷରୁ କୁହାଯାଇଛି। ଏନେଇ ପୋଲିସ ଦୁଇଟି ମାମଲା(୨୪/୨୨ ଏବଂ ୨୫/୨୨) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

ଘଟଣାରୁ ପ୍ରକାଶ ଯେ, ଗତ ୧୬ ତାରିଖରେ କମାପଲି ଭେଣ୍ଡିଂଜୋନ ନିକଟରେ ଏକ ଗାଡ଼ି ଧକ୍କାରେ ଗୁରୁତର ଆହତ ହୋଇଥିବା ଗୁରୁଦତ୍ତଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ରବିବାର ମୃତ୍ୟୁ ଘଟିଛି। ପରିବାର ଲୋକ ଏନେଇ ଟ୍ରାଫିକ ଥାନାରେ ଅଭିଯୋଗ କରିଛନ୍ତି। ସେହିପରି ଗୌତମନଗରରେ ରହୁଥିବା ଭ୍ରମରବର ସାହୁ ରବିବାର ସନ୍ଧ୍ୟାରେ କୌଣସି କାମରେ ରେଡ୍ଡୀ ଗେରେଜ ଛକ ରାସ୍ତାଦେଇ ଯାଉଥିବା ବେଳେ ତାଙ୍କୁ ଏକ ଯାତ୍ରୀବାହୀ ବସ୍‌ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ଖବର ପାଇ ଆହତଙ୍କ ପରିବାର ଲୋକ ମେଡିକାଲରେ ପହଞ୍ଚି ଥିଲେ। ସୋମବାର ଚିକିତ୍ସାଧୀନ ଥିବା ଗୁରୁତର ଆହତଙ୍କ ଭଣଜା କୃଷଚନ୍ଦ୍ର ସାହୁ ଏନେଇ ଟ୍ରାଫିକ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏବେ ଉଭୟ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri