ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ବୋଲଗଡ଼/ଭାପୁର,୧୭ା୬(ଡି.ଏନ୍‌.ଏ.)-ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ ବୋଲଗଡ଼ଠାରେ ରବିବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚ ପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଭାପୁର ବ୍ଲକ ମନ୍ଦାର ବେରେଣୀ ଗ୍ରାମବାସୀ ତଥା ପୂର୍ବତନ ସରପଞ୍ଚ ନାରାୟଣ ତ୍ରିପାଠୀଙ୍କ ପୁଅ ଦେବାଶିଷ(୨୩)। ବୋଲଗଡ଼ ଥାନା ଆଇଆଇସିଙ୍କଠାରୁ ମିଳିଥିବା ସୂଚନା ଅନୁସାରେ ବାଇକ୍‌ ନଂ(ଓଆର୍‌ଡବ୍ଲ୍ୟୁ ୦୮୮୭) ଯୋଗେ ସେ ନୟାଗଡ଼ ଅଭିମୁଖେ ଯାଉଥିଲେ। ତେବେ ବୋଲଗଡ଼ଠାରେ ଏକ କାର୍‌ ତାଙ୍କ ବାଇକ୍‌କୁ ଧକ୍କା ଦେଇ ଚାଲିଯାଇଥିଲା। ଦୁର୍ଘଟଣାରେ ଦେବାଶିଷ ଓ ଅନ୍ୟ ଜଣେ ଯୁବକ ପ୍ରକାଶ ମହାକୁଡ଼(୨୩) ଗୁୁରୁତର ହେବାରୁ ସ୍ଥାନୀୟ ଲୋକେ ଉଭୟଙ୍କୁ ବୋଲଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦେବାଶିଷଙ୍କୁ ଡାକ୍ତର ମୃତ ଘୋଷଣା କରିଥିବାବେଳେ ଅଧିକ ଚିକିତ୍ସା ପାଇଁ ପ୍ରକାଶଙ୍କୁ ଭୁବନେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦେବାଶିଷଙ୍କ ପିତା ନାରାୟଣଙ୍କ ଅଭିଯୋଗ କ୍ରମେ ବୋଲଗଡ଼ ଥାନାରେ କେସ୍‌ ନଂ-୬୭/୧୯ ଅନୁସାରେ ପୋଲିସ ତଦନ୍ତ ଜାରି ରଖିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦେଇଛି। ଦେବାଶିଷଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri