ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ:ରାସ୍ତା ଅବରୋଧ

ଠାକୁରମୁଣ୍ଡା,୧୭ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର କେନ୍ଦୁମୁଣ୍ଡି ଘାଟି ବାଙ୍କରେ ରବିବାର ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଏଦେଲବେଡ଼ା ଗ୍ରାମର ତୁରାମ ହୋ। ଦୁର୍ଘଟଣା ପରେ ପରିବାର ଓ ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାକୁ ୨ ଘଣ୍ଟା ଧରି ଅବରୋଧ କରିଥିଲେ।
ପୋଲିସ ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ କରଞ୍ଜିଆ ଅଭିମୁଖେ ଯାଉଥିବା ପୂଜାରାଣୀ ନାମକ ଯାତ୍ରୀବାହୀ ବସ (ନଂ.ଓଆର ୦୫ ଏଏନ-୯୨୭୫) ପୂର୍ବାହ୍ନ ପ୍ରାୟ ୧୧.୩୦ ମିନିଟ ସମୟରେ କେନ୍ଦୁମୁଣ୍ଡି ଘାଟି ରାସ୍ତାର ବାଙ୍କ ନିକଟରେ କରଞ୍ଜିଆରୁ କାମ ସାରି ଏକ ସ୍କୁଟି ଯୋଗେ ନିଜ ଗ୍ରାମ ଏଦଲବେଡ଼ାକୁ ଫେରୁଥିବା ୨ ଜଣଙ୍କୁ ଧକ୍କା ଦେଇଥିଲା। ଫଳରେ ସ୍କୁଟି ପଛରେ ବସିଥିବା ତୁରାମ ବସ ଚକ ତଳେ ପଡିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ କରଞ୍ଜିଆ ଥାନା ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇ ତଦନ୍ତ ଜାରି ରଖିଛି। ପରିବାର ଓ ସ୍ଥାନୀୟ ଲୋକମାନେ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କରିଥିଲେ। ପୋଲିସ ଆନ୍ଦୋଳନକାରୀମାନଙ୍କ ସହ ଆଲୋଚନା କରିବା ପରେ ରାସ୍ତା ଅବରୋଧ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri