ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟଣା: ୪ ମାସ ପରେ ଗାଡ଼ି ଜବତ, ଡ୍ରାଇଭର ଗିରଫ

ଭଦ୍ରକ ଅଫିସ, ୧୭।୧- ଗତବର୍ଷ ସେପ୍ଟେମ୍ବର ୧୦ ତାରିଖ ସକାଳେ ଭଦ୍ରକ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଦ୍ରୁତଗତିରେ ନାଲି ରଙ୍ଗର ଏକ ଚାରିଚକିଆ ଗାଡ଼ି ଦୁର୍ଘଟଣା ଘଟାଇ କଟକ ଆଡ଼କୁ ଚାଲିଯାଇଥିଲା। ଦୁର୍ଘଟଣାରେ ଛାତ୍ର ଶୁଭଙ୍କର ମଲ୍ଲିକ(୧୭) ଓ ତାଙ୍କ ସାଙ୍ଗ ସୁମିତ୍‌ କୁମାର ସାହୁ(୧୩)ଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇ ଫେରାର ଥିବା ଗାଡ଼ିକୁ ୪ ମାସ ପରେ ପଶ୍ଚିମବଙ୍ଗ ଅଞ୍ଚଳରୁ ପୋଲିସ ଜବତ କରି ଆଣିଛି। ଜବତ ଗାଡ଼ି(ନଂ.ଡବ୍ଲ୍ୟୁ ବି ୪୨ ଏପି ୨୮୬୨) ଆଇ ୧୦ ସ୍ପୋର୍ଟଜ୍‌ ସହ ଡ୍ରାଇଭର ବର୍ଦ୍ଧମାନ ଅଞ୍ଚଳର ଦୁର୍ଗାପ୍ରସାଦ ସୋରେନ୍‌ଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସୂଚନାଥାଉ କି, ମୃତ ଦୁଇ ଛାତ୍ରଙ୍କ ପରିବାର ପକ୍ଷରୁ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଭଦ୍ରକ ଟାଉନ ଥାନା ପୋଲିସ ଜବତ ନ କରିବା କାରଣରୁ ଏକାଧିବାର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍ବତନ୍ତ୍ର ଟିମ୍‌ ପଶ୍ଚିମବଙ୍ଗ ଯାଇ ଉକ୍ତ ଗାଡ଼ିକୁ ଠାବ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri