ପୋଲିସ କବ୍‌ଜାରେ ଦୁର୍ଦ୍ଦାନ୍ତ ଅପରାଧୀ ଅମିତ୍‌

ବରଗଡ଼ ଅଫିସ,୨୬।୯: ରାଜ୍ୟର ବିଭିନ୍ନ ସ୍ଥାନରେ ଡକାୟତି, ଲୁଟ୍‌ ଭଳି ଅନେକ ଅପରାଧରେ ସମ୍ପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଲାଙ୍ଗୀର ସଦର ଥାନା ଡୁଡୁକାସିରା ନିବାସୀ ଅମିତ୍‌ ଦାସ ଓରଫ ଚିଣ୍ଟୁଙ୍କୁ ବରଗଡ଼ ଜିଲା ପୋଲିସ ଗିରଫ କରିଛି। ଜିଲାର ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା ନିକଟରୁ ବୁଧବାର ବିଳମ୍ବିତ ରାତିରେ ପୋଲିସ ତାଙ୍କୁ ଗିରଫ କରିଥିବା ବେଳେ ତାଙ୍କ ନିକଟରୁ ଏକ ବନ୍ଧୁକ, ଗୋଟିଏ ବାଇକ, ୨ଟି ଗୁଳି ଜବତ କରିଛି। ଏ ନେଇ ଅମ୍ବାଭୋନା ଥାନାରେ ଏକ ମାମଲା ରୁଜୁ ହୋଇଛି। ଗୁରୁବାର ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ପଦ୍ମିନୀ ସାହୁ ସୂଚନା ଦେଇ କହିଛନ୍ତି, ଅଭିଯୁକ୍ତ ଅମିତ୍‌ ଏକ ବାଇକ୍‌ ଯୋଗେ ଛତିଶଗଡ଼ ପଟକୁ ଯାଉଥିବା ସୂଚନା ମିଳିଥିଲା। ସେହି ସୂଚନାକୁ ଆଧାର କରି ପୋଲିସର ଏକ ଟିମ୍‌ ସମ୍ବରଧରା ନିକଟରେ ରହିଥିଲା । ଅମିତ୍‌ ସେହି ପୋଲିସ ଟିମ୍‌କୁ ଦେଖି ଗୁଳି ଫୁଟାଇଥିଲେ। ମାତ୍ର କୌଶଳକ୍ରମେ ପୋଲିସ ତାଙ୍କୁ କାବୁ କରି ନେଇଥିଲା। ଅଭିଯୁକ୍ତ ଗତ କିଛିଦିନ ତଳେ ଛତିଶଗଡ଼ ରାଜ୍ୟ ବିଳାସପୁର ଜେଲରୁ ବାହାରିଥିଲେ । ସେ କିଛିଦିନ ହେଲା ବରଗଡ଼ରେ ରହୁଥିବା ତଦନ୍ତରୁ ଜଣାପଡ଼ିଛି ବୋଲି ଏସ୍‌ପି ସାହୁ ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ରଣା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri