ଦୁର୍ଦ୍ଦିନରେ ରଙ୍ଗତୁଳୀ କାରିଗର, ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ

ବେଲପଡା, ୨୩ା୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ଯୋଗୁଁ ବଲାଙ୍ଗୀର ଜିଲା ବେଲପଡା ବ୍ଲକ ଅଞ୍ଚଳର ରଙ୍ଗତୁଳୀ କାରୀଗର ଓ ଏଥିରେ ନିୟୋଜିତ ଶ୍ରମିକ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ବେଲପଡା ମା ବିଣାପାଣି ଆର୍ଟ ଆସୋସିଏଶନ ସଭାପତି ଚନ୍ଦ୍ରମଣି ଦଣ୍ଡସେନା, ସମ୍ପାଦକ ନନ୍ଦୁ କିଶୋର ତାଣ୍ଡିଙ୍କ ନେତୃତ୍ୱରେ ସଂଗଠନର ସଭ୍ୟମାନେ ଗୁରୁବାର ବେଲପଡା ତହସିଲ ଅଫିସ ଆସି ତହସିଲଦାର ପ୍ରିୟରଞ୍ଜନ କୁମାର ଓ ବିଡିଓ ଭିକ୍ଟର ସୋରେଙ୍ଗଙ୍କୁ ଏକ ଦାବିପତ୍ର ଦେଇଛନ୍ତି। ଏଥିରେ ସେମାନେ ଉଲ୍ଲେଖ କରିଛନ୍ତି ଯେ, ଅଧିକାଂଶ କାରିଗର ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଅଧିକାଂଶଙ୍କ ପାଖଷର ରାଶନ କାର୍ଡନାହିଁ। ଏଣୁ ପ୍ରଶାସନ ବ୍ଲକରେ ଥିବା ସମସ୍ତ ରଙ୍ଗ କାରୀଗରଙ୍କୁ ଚିହ୍ନଟ କରି ସହାୟତା ଦେବାର ବ୍ୟବସ୍ଥା କରନ୍ତୁ। ଏଥିସହ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯାଉ। ବିଡିଓ ସୋରେଙ୍ଗ ଓ ତହସିଲଦାର କୁମାର ରଙ୍ଗତୁଳୀ କାରୀଗରମାନଙ୍କ ସମସ୍ୟାକୁ ରାଜ୍ୟ ସରକାରଙ୍କୁ ଜଣାଇବାର ପ୍ରତିଶ୍ରୁତି ଦେଇଥିଲେ। ଦାବିପତ୍ର ପ୍ରଦାନ ସମୟରେ ସଂଘ ଉପସଭାପତି ବିଘ୍ନରାଜ ସିଂ ନିନା, ସହସମ୍ପାଦକ ଶଙ୍କର ମେହେର, ସୁରେଶ ମହେର, ଶିବ ପ୍ରସାଦ ସା, କ୍ରିଷ୍ନା ପଟେଲ, ରଞ୍ଜିତ ମେହେର, ହରିଶ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ ପାଇଁ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri