Posted inଜାତୀୟ

ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗ: ୧୨ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତା ମୂଳକ ଅବସର

ନୂଆଦିଲ୍ଲୀ,୧୧।୬: ଦୁର୍ନୀତି ଏବଂ ଯୌନ ନିର୍ଯ।ତନା ଅଭିଯୋଗରେ ୧୨ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏସବୁ ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଚିଫ୍‌ କମିଶନର, ପ୍ରିନ୍ସପାଲ କମିଶନର, ଆୟକର କମିଶନର ଆଦି ରହିଥିବା କୁହାଯାଉଛି। ସେଣ୍ଟ୍ରାଲ ସିଭିଲ୍‌ ସର୍ଭିସ୍‌ ନିୟମ ଅନ୍ତର୍ଗତ ଫଣ୍ଡାମେଣ୍ଟାଲ ରୁଲସ୍‌-୫୬(ଜେ) ଅନୁସାରେ ଏହା କାର୍ଯ୍ୟକାରୀ ହେବ। ଏନେଇ ଅର୍ଥମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସେମାନଙ୍କ ମଧ୍ୟରେ ଆୟକର ଯୁଗ୍ମ କମିଶନର ତଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ପୂର୍ବତନ ସହକାରୀ ନିର୍ଦ୍ଦେଶକ ଅଶୋକ ଅଗ୍ରଓ୍ବାଲ, କମିଶନର ଏସ୍‌.କେ. ଶ୍ରୀବାସ୍ତବ, ଆଇଆର୍‌ଏସ୍‌ ହୋମି ରାଜବଂଶ, ବି.ବି ରାଜେନ୍ଦ୍ର ପ୍ରସାଦ, ଅଜୟ କୁମାର ସିଂ, ବି.ଆରୁଲ୍ଲପା, ଆଲୋକ କୁମାର ମିତ୍ର, ଚନ୍ଦ୍ର ସାଇନି ଭାରତୀ, ଆନ୍ଦସୁ ରବୀନ୍ଦ୍ର, ବିବେକ ବାତ୍ରା, ସ୍ବେତଭା ସୁମନ ଏବଂ ରାମ କୁମାର ଭାର୍ଗବଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?